Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଓଡିଶାକୁ ଫେରିଲେ ୪୬ ପ୍ରବାସୀ ଶ୍ରମିକ, ଆନ୍ଧ୍ର ସୀମାରେ ଫସି ରହିଥିଲେ

28/05/2021 at 2:22 PM

ଆଠଗଡ ୨୮।୫: ଆନ୍ଧ୍ର ସୀମାରେ ଫସି ରହିଥିବା ବିଭିନ୍ନ ଜିଲ୍ଲାର ୪୬ ଜଣ ପ୍ରବାସୀ ଫେରନ୍ତାଙ୍କୁ ଧରି ଆଠଗଡ଼ରେ ପହଞ୍ଚିଛି ଏକ ବସ୍ ।

ମହାମାରୀ କରୋନାର ଦ୍ଵିତୀୟ ଲହର ପାଇଁ ଚାଲିଥିବା ଲକ୍ ଡାଉନ୍ ଏବଂ ସଟ୍ ଡାଉନ୍ ଯୋଗୁଁ ରାଜ୍ୟ ବାହାରକୁ କାମ କରିବା ପାଇଁ ଯାଇଥିବା ଏହି ଶ୍ରମିକମାନେ ଆନ୍ଧ୍ର ସୀମାରେ ଫସି ଯାଇଥିଲେ । ଏ ବାବଦରେ ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ଏହି ଶ୍ରମିକମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବସର ବ୍ୟବସ୍ଥା କରାଯାଇଥିଲା । ଶୁକ୍ରବାର ସକାଳୁ ସେମାନଙ୍କୁ ଆଠଗଡ଼ ଅଣାଯାଇଛି । ସମସ୍ତଙ୍କ କୋଭିଡ୍ ସ୍ଵାବ୍ ଟେଷ୍ଟ କରାଯିବା ପରେ ସେମାନଙ୍କୁ ନିଜ ନିଜର ଘରକୁ ପଠାଯିବାର ବ୍ୟବସ୍ଥା କରାଯାଇଛି ।

   Related Posts