Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ରାଜଧାନୀ ନାଳରୁ ଛାତ୍ର ନିଖୋଜ ଘଟଣା, ୧୮ଘଣ୍ଟା ପରେ ମିଳିଲା ଜ୍ୟୋତିଙ୍କ ମୃତଦେହ

20/09/2021 at 9:44 AM

ଭୁବନେଶ୍ୱର ୨୦।୦୯: ରାଜଧାନୀ ଶତାଦ୍ଧୀ ନଗର ଡ୍ରେନ୍‌ରୁ ଛାତ୍ର ନିଖୋଜ ଘଟଣା । ୧୮ଘଣ୍ଟା ପରେ ମିଳିଲା ନିଖୋଜ ଛାତ୍ର ଜ୍ୟୋତିଙ୍କ ମୃତଦେହ । ଅଗ୍ନିଶମ ବାହିନୀର ଅକ୍ଲାନ୍ତ ପରିଶ୍ରମ ପରେ ଭୁବନେଶ୍ୱର ପଞ୍ଚସଖା ନଗର ଡ୍ରେନ୍‌ରୁ ଠାବ ହୋଇଛି ଜ୍ୟାେତିଙ୍କ ମୃତଦେହ ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଅପରାହ୍ନ ସମୟରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା । ବର୍ଷା ଛାଡିବା ପରେ ବରମୁଣ୍ଡା ଗାଁ ଢିପସାହିର ହୃଷୀକେଷ ବେହେରାଙ୍କ ପୁଅ ଜ୍ୟୋତିପ୍ରକାଶ ଓରଫ ରାଜା ଅପରାହ୍ଣ ପ୍ରାୟ ୨ଟା ବେଳେ ଘରୁ ବାହାରି ସଂସ୍କୃତ ଟ୍ୟୁସନ୍ ପାଇଁ ସୌଭାଗ୍ୟନଗର ଅଭିମୁଖେ ବାହାରିଥିଲେ। ବର୍ଷା ଛାଡ଼ି ସାରିଥିଲେ ବି ରାସ୍ତା ବୁଡ଼ି ଯାଇଥିବାରୁ ମା’ ଟ୍ୟୁସନ୍ ଯିବାକୁ ବାରଣ କରିଥିଲେ। କିନ୍ତୁ ଏକ ପ୍ରୋଜେକ୍ଟ କାମ ସାରି ସାଙ୍ଗେ ସାଙ୍ଗେ ଫେରିଆସିବ କହି ରାଜା ସାଇକେଲ ଧରି ଘରୁ ବାହାରି ଯାଇଥିଲେ। ମାତ୍ର ବାଟରେ ଯେ ମୁକୁଳା ଡ୍ରେନ୍ ମୃତ୍ୟୁ ଫାଶ ହୋଇ ବସିଛି ବୋଲି କେହି ଜାଣିପାରିନଥିଲେ। ପ୍ରବଳ ବର୍ଷା ଯୋଗୁ ଡ୍ରେନ୍ ଓ ରାସ୍ତା କୃତ୍ରିମ ବନ୍ୟା ଯୋଗୁଁ ବୁଡ଼ି ଏକାକାର ହୋଇଯାଇଥିଲା। ତେଣୁ ରାଜା ବାଟ ଜାଣିନପାରି ଡ୍ରେନ୍ ରେ ପଶି ଯାଇଥିଲେ ଓ ଭାସି ଯାଇଥିଲେ। ଏହାପର ଠାରୁ ତାଙ୍କର ଆଉ କୌଣସି ପତ୍ତା ମିଳିନଥିଲା । ୧୮ ଘଣ୍ଟା ଧରି ଅଗ୍ନିଶମ ବାହିନୀର ଅକ୍ଲାନ୍ତ ପରିଶ୍ରମ ପରେ ବି ଜ୍ୟୋତିଙ୍କ କୌଣସି ପତ୍ତା ମିଳିନଥିଲା । ଶେଷରେ ଆଜି ସକାଳ ସମୟରେ ଭୁବନେଶ୍ୱର ପଞ୍ଚସଖା ନଗରରେ ଥିବା ଏକ ନାଳ ନିକଟରେ ଜ୍ୟୋତିଙ୍କ ମୃତଦେହ ଠାବ ହୋଇଥିଲା । ୧୮ଘଣ୍ଟା ଧରି ପାଣିରେ ବୁଡି ରହିବା ଫଳରେ ଜ୍ୟୋତିଙ୍କ ମୃତଦେହ ଫୁଲିଯାଇଛି ।

   Related Posts