Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କପିଳାଶ ପୀଠରେ ପାଇଖାନା ଓ ପରିଶ୍ରାଗାରକୁ ଉଦ୍‌ଘାଟନ କଲେ ରାଜ୍ୟ ଇସ୍ପାତ, ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ

11/03/2021 at 5:06 PM

ଢେଙ୍କାନାଳ, ୧୧/୦୩: ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଢେଙ୍କାନାଳର କପିଳାଶରେ ଆଉ ଅସୁବିଧାରେ ପଡିବେନି ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ । ପୀଠରେ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ମୁଖ୍ୟ ସମସ୍ୟା ରହିଥିବା ପରିଶ୍ରାଗାର ଓ ସୁବିଧା କେନ୍ଦ୍ର ତଥା ବିଶୁଦ୍ଧ ପାନୀୟ ଜଳ ଆଦି ପ୍ରକଳ୍ପକୁ ଆଜି ଲୋକାର୍ପଣ କରାଯାଇଛି ।

ପ୍ରାୟ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଗୁଡିକୁ ଆଜି ଜାଗର ଯାତ୍ରା ଅବସରରେ ରାଜ୍ୟ ଇସ୍ପାତ, ଖଣି ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଢେଙ୍କାନାଳର ବିଧାୟକ ସୁଧୀର ସାମଲ ଓ ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ ।

ରାଜ୍ୟ ସରକାରଙ୍କ ପକ୍ଷରୁ  ଏହି ପ୍ରକଳ୍ପ ଗୁଡିକ ଲୋକାର୍ପଣ ପରେ କପିଳାସ ସେବାୟତ ତଥା ଶ୍ରଦ୍ଧାଳୁମାନେ ଖୁସିର ସହ ରାଜ୍ୟସରକାରଙ୍କ ଏହି ପଦକ୍ଷେପ ପାଇଁ ଧନ୍ୟବାଦ ଦେଇଥିବା ଜଣାପଡ଼ିଛି ।

   Related Posts