Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଓଡ଼ିଶାର ଗୌରବ ପ୍ରତି କୁଠାରାଘାତ, ପାଇକ ବିଦ୍ରୋହକୁ ନେଇ ଏପରି କହିଲେ ମନ୍ତ୍ରୀ ଅଶୋକ ପଣ୍ଡା

6/12/2021 at 12:40 PM

ଭୁବନେଶ୍ୱର ୦୬।୧୨ : ୧୮୧୭ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ପାଇଁ ପ୍ରତିଶୃତି ଦେଇଥିଲେ ପୂର୍ବତନ ମନ୍ତ୍ରୀ ପ୍ରକାଶ ଜାଭେଦକର। ଏହାକୁ ମଧ୍ୟ ପାଠ୍ୟକ୍ରମରେ ସାମିଲ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏ ସମ୍ପର୍କୀତ ଏକ ପ୍ରଶ୍ନର ଉତ୍ତରରେ ସେଭଳି କିଛି ପ୍ରସ୍ତାବ ନଥିବା କହିଛନ୍ତ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ବୋଲି କହିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଏହା ଓଡ଼ିଶାର ଅସ୍ମିତା ଏତିହ୍ୟ ପରମ୍ପରା, ଅସ୍ମିତା ଓ ଗୌରବ ପ୍ରତି ଚରମ କୁଠାରଘାତ। ୧୯୯୦ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଏହି ଦାବି କରିଥିଲେ। ପରବର୍ତ୍ତୀ ସମୟରେ ଏହି ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ଏକ ସର୍ବଦଳୀୟ ପ୍ରତିନିଧି ସମ୍ମଳନୀ ହୋଇଥିଲା। ଯେଉଁଥିରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ଯୋଗ ଦେଇଥିଲେ।

ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ପାଇଁ କେନ୍ଦ୍ର ନିକଟରେ ଦାବିକୁ ଜୋରଦାର କରାଯିବ ବୋଲି ସର୍ବ ସମ୍ମତି କ୍ରମେ ସହମତି ପ୍ରକାଶ ପାଇଥିଲା। ଏଥି ସହିତ ଗଡ଼ ଖୋରଧା ଠାରେ ଐତିହାସିକ ଦୁର୍ଗର ମରାମତି ସହିଦ ସ୍ମାରକୀ ସ୍ତମ୍ଭର ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଥିଲା। ସେହିଭଳି ସମରକଳା ପ୍ରତିଷ୍ଠାନ ନିର୍ମାଣ ପାଇଁ ଡିପିଆର ପ୍ରସ୍ତୁତ କରାଯିବ ସହ ଏନେଇ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଛି। ହେଲେ କେନ୍ଦ୍ର ସରକାର ଦୁଇବର୍ଷ ଧରି ଏହାକୁ ପକାଇ ରଖିଛନ୍ତି ।

   Related Posts