Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ବିଳମ୍ବରେ ହେବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା, ଏଥିପାଇଁ ସର୍ବନିମ୍ନ ୩ ମାସ ହେବ ପାଠ ପଢ଼ା- ମନ୍ତ୍ରୀ ସମୀର ରଞ୍ଜନ ଦାସ

18/11/2020 at 10:55 AM

ଭୁବନେଶ୍ବର ୧୮।୧୧ : ଘୁଞ୍ଚିବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା । ବିଳମ୍ବ ହେଲେ ବି ପରୀକ୍ଷା କରାଯିବ । ଏଥିପାଇଁ ସର୍ବନିମ୍ନ ୩ ମାସ ପାଠ ପଢ଼ାହେବ, ପରେ ପରୀକ୍ଷା ବ୍ୟବସ୍ଥା କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । 

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନାନୁସୁାରେ, ଚଳିତ ଶିକ୍ଷାବର୍ଷରେ  ହିଁ ହେବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ।  ବିଳମ୍ବିତ ହୋଇପାରେ କିନ୍ତୁ ପରୀକ୍ଷା ହେବା ନେଇ ସୂଚନା ଦେଲେ ଏଥିପାଇଁ ସର୍ବନିମ୍ନ ୩ ମାସ ପାଠପଢ଼ା ହେବ,  ତା ପରେ ପରୀକ୍ଷା ଵ୍ୟଵସ୍ଥା କରାଯିବ । ଯଦି ସର୍ବ ଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ପାଇଁ ନିଷ୍ପତି ହୁଏ, ତାହା ହେଲେ ହୁଏତ ପରୀକ୍ଷା ବନ୍ଦ ହୋଇପାରେ । ରାଜ୍ୟ ସରକାର ନିଜଆଡୁ ପରୀକ୍ଷା ବନ୍ଦ କରିବେ ନାହିଁ, ଯଦି ପରୀକ୍ଷା ବନ୍ଦ କରାଯାଏ ତେବେ ରାଜ୍ୟର ଛାତ୍ରଛାତ୍ରୀ ଗୋଟେ ବର୍ଷ ପଛୁଆ ହୋଇଯିବେ । ଡିସେମ୍ବର ୩୧ ପରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ବ୍ୟବସ୍ଥା ଉପରେ ଆଲୋଚନା କରାଯିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ।

କରୋନା ଲାଗି ଚଳିତ ବର୍ଷ ପାଠପଢାରେ ନାନାପ୍ରକାରର ଅସୁବିଧାର ସମ୍ମୁଖୀନ ହେବାକୁ ଲାଗିଥିଲା । ଏପରି କି ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ଖୋଲିବା ନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ । ରାଜ୍ୟରେ ସ୍କୁଲ ଖୋଲିବା ନେଇ ଡିସେମ୍ବର ୩୧ ପରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ ।ଏହାପରେ ଏତେ କମ୍‌ ସମୟରେ ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ହେବା ନେଇ ଅନିଶ୍ଚିତତା ଲାଗି ରହିଥିଲା । କିନ୍ତୁ ଏସବୁରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

   Related Posts