Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବାତିଲ ହେଲା ଚଳିତବର୍ଷର ମାଟ୍ରିକ ପରୀକ୍ଷା, ଗଣଶିକ୍ଷା ମନ୍ତ୍ରୀଙ୍କ ଘୋଷଣା

21/04/2021 at 11:12 AM

ଭୁବନେଶ୍ୱର ୨୧।୦୪: ମାଟ୍ରିକ ପରୀକ୍ଷା ନେଇ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା । ଚଳିତ ବର୍ଷ ପାଇଁ ବାତିଲ ହୋଇଛି ମାଟ୍ରିକ ପରୀକ୍ଷା । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ପ୍ରେସ୍‌ମିଟ ଜରିଆରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ଖବର ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି । ଯାହାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପରିସ୍ଥିତିରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାସ । ତେଣୁ ଚଳିତବର୍ଷ ପାଇଁ ମାଟ୍ରିକ ପରୀକ୍ଷାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ସେହିପରି ମଦ୍ରାସା ଶିକ୍ଷାବୋର୍ଡ ଦ୍ବାରା ପରିଚାଳିତ ସମସ୍ତ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ତେବେ ବୋର୍ଡ ନିର୍ଦ୍ଧାରିତ ଅନୁସାରେ ଛାତ୍ରଛାତ୍ରୀମାନଙ୍କୁ ରେଜଲ୍ଟ ଦିଆଯିବ। ଯେଉଁ ଛାତ୍ରଛାତ୍ରୀ ଏଥିରେ ଅସନ୍ତୋଷ ପ୍ରକାଶ କରିବେ ସେମାନଙ୍କ ପାଇଁ ଆଉଥରେ ସୁଯୋଗ ମିଳିବ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମଙ୍ଗଳବାର ଦିନ ଅନେକ ଛାତ୍ରଛାତ୍ରୀ ରାସ୍ତାରେ ବସି ଧାରଣା ଦେଇଥିଲେ । ମାଟ୍ରିକ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀମାନେ ଧାରଣା ଦେଇଥିଲେ । ପରୀକ୍ଷା ପ୍ରସଙ୍ଗରେ ନିଷ୍ପତ୍ତି ନେବା ପାଇଁ ୨ ଦିନ ସମୟ ମାଗିଥିଲେ ସରକାର । କିନ୍ତୁ ଏବେ ପରୀକ୍ଷା ବାତିଲ ନେଇ ଘୋଷଣା କରିଛନ୍ତି ଖୋଦ୍‌ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାସ ।

ଏହାପୂର୍ବରୁ ସିବିଏସଇ ୧୦ମ ପରୀକ୍ଷା ଓ ଆସିଏସଇ ୧୦ମ ବୋର୍ଡ ପରୀକ୍ଷା ବାତିଲ କରାଯାଇଛି । ପୂର୍ବ ପରୀକ୍ଷାର ନମ୍ବର ଆଧାରରେ ଛାତ୍ରଛାତ୍ରୀଙ୍କୁ ମାର୍କ  ଦିଆଯିବ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଥିଲା ।

   Related Posts