Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ମହାପ୍ରଭୂଙ୍କ ଦର୍ଶନରୁ ବଞ୍ଚିତ ହେଲେ ମନ୍ତ୍ରୀ ସମୀର ଦାଶ, କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିବାରୁ ଦେଖିପାରିଲେନି ଶ୍ରୀମୁଖ

3/01/2021 at 12:54 PM

ପୁରୀ,୦୩/୦୧: ଶ୍ରୀମୁଖ ଦେଖି ପାରିଲେନି ମନ୍ତ୍ରୀ । ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଦର୍ଶନରୁ ବଞ୍ଚିତ ହୋଇ ସିଂହଦ୍ବାର ନିକଟରେ ମନ୍ତ୍ରୀ ରହିଛନ୍ତି ।

ସୂଚନାନୁସାରେ, ରବିବାର ସର୍ବାସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ଆରମ୍ଭ ହୋଇଛି । ସମସ୍ତ କୋଭିଡ୍ କଟକଣାରେ ଦର୍ଶନ କରୁଛନ୍ତି ଭକ୍ତ । କିନ୍ତୁ ମନ୍ତ୍ରୀ ସମୀର ଦାଶ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି । ତାଙ୍କର କୋଭିଡ ନେଗେଟିଭ୍ ରିପୋର୍ଟ ନଥିବାରୁ ସେ ଶ୍ରୀଜିଉଙ୍କୁ ଦର୍ଶନ କରିପାରି ନାହାଁନ୍ତି ।

ସାଧାରଣ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର ବ୍ୟବସ୍ଥା ହୋଇଛି । ଏସ୍.ଓ.ପି ଅନୁସାରେ ଶ୍ରୀମନ୍ଦିର ଭିତରେ କୌଣସି ପ୍ରତିମାକୁ ସ୍ପର୍ଶ କରିପାରିବେନି ଭକ୍ତ

ସେହିପରି ଶ୍ରୀମନ୍ଦିର ଭିତରେ ମହାପ୍ରସାଦ ସେବନ ଓ ଗୁଟଖା ,ପାନ ଖାଇବା ଉପରେ କଟକଣା ରହିଛି । ପ୍ରାଥମିକ ପର୍ଯ୍ୟାୟରେ ୧୫ରୁ ୧୭ ହଜାର ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତ କରିଥିବା ସ୍ବତନ୍ତ୍ର ଏସ୍.ଓ.ପି ଓ କୋଭିଡ୍ କଟକଣା ଅନୁଯାୟୀ ଭକ୍ତମାନେ ଦର୍ଶନ କରିପାରିବେ । ରାଜ୍ୟ ଓ ରାଜ୍ୟ ବାହାରର ଭକ୍ତ ସର୍ବାଧିକ ୪ଦିନ ପୂର୍ବର କୋଭିଡ୍ ନେଗେଟିଭ୍ ରିପୋର୍ଟ ଆଣି ଦର୍ଶନ କରିପାରିବେ ବୋଲି କୁହାଯାଇଛି।

   Related Posts