Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

କରୋନା ମୁକାବିଲା ପାଇଁ ମନ୍ତ୍ରୀ ସ୍ତରୀୟ ବୈଠକ…

16/04/2020 at 3:38 PM

ଭୁବନେଶ୍ବର୧୬/୪: କରୋନା ମୁକାବିଲା ପାଇଁ ରାଜ୍ୟ ମନ୍ତ୍ରୀ ସ୍ତରୀୟ ବୈଠକରେ ବ୍ୟାପକ ପଦକ୍ଷେପ ନିଆଯାଇଛି । ଟ୍ରେନିଂ ଓ ଚିକିତ୍ସା ବ୍ୟବସ୍ଥା ବଢ଼ାଇବା ଉପରେ ଆଲୋଚନା ମଧ୍ୟ ହୋଇଛି । ଗୋଷ୍ଠୀ ସ୍ତରରେ କରୋନା ମୁକାବିଲା ପାଇଁ କିଭଳି ଅଧିକ ମ୍ୟାନ ପାୱାର ନିୟୋଜିତ ହୋଇପାରିବେ ସେନେଇ ବୈଠକରେ ମଧ୍ୟ ଆଲୋଚନା ହୋଇଛି । ଅଙ୍ଗନଓ୍ବାଡି, ଆଶାକର୍ମୀ, ଏଏନଏମ  ଓ ଡାକ୍ତରମାନଙ୍କୁ ଅଧିକ ସଂଖ୍ୟାରେ ତାଲିମ ପାଇଁ ଗୁରୁତ୍ବ ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୫୩ ହଜାର ଜଣଙ୍କୁ ତାଲିମ ଦିଆଯାଇଛି । ଅଧିକ ତାଲିମ ଦିଆଯିବା ଉପରେ ବ୍ୟବସ୍ଥା କରାଯାଉଛି ।

ସବୁ ପୁରୁଣା ଓ ନୂଆ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ କରୋନା ଟେଷ୍ଟିଂ ଲାବ୍ରୋଟୋରୀ ପାଇଁ ବୈଠକରେ ଆଲୋଚନା କରାଯାଇଛି ବୋଲି ବୈଠକ ପରେ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଅଧିକ ଆଜିଥ୍ରୋ ମାଇସିନ ଓ ରାପିଡି ଟେଷ୍ଟଂ ପାଇଁ କିଟ କିଣିବାକୁ ସୁପାରିଶ କରିଛି କମିଟି । ଟେଷ୍ଟିଂ ଲ୍ୟାବ ପାଇଁ ଅଧିକ ଅସ୍ଥାୟୀ କର୍ମଚାରୀ ନିୟୋଜିତ କରିବା ଉପରେ ମଧ୍ୟ ବୈଠକରେ ଗୁରୁତ୍ବ ଦିଆଯାଇଛି ।

   Related Posts