Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ମୋବାଇଲ୍ ପାଇଁ ଜୀବନ ହାରିଲେ ନାବାଳକ, ଗେମ୍ ଖେଳିବାକୁ ମା’ ମନା କରିବାରୁ କଲେ ଆତ୍ମହତ୍ୟା

24/07/2020 at 9:27 AM

କଳାହାଣ୍ଡି ୨୪।୭: ମୋବାଇଲ ନିଶା ହେଲା କାଳ । ସାମାନ୍ୟ ମୋବାଇଲ୍ ପାଇଁ ନାବାଳକ କଲେ ଆତ୍ମହତ୍ୟା । କେସିଙ୍ଗା ଥାନା ମାଲପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ମାଲପଡା ଗାଁରେ ମୋବାଇଲ୍ ପାଇଁ ଜଣେ ନାବାଳକ ଆତ୍ମହତ୍ୟା କରିଥିବା ଜଣାପଡିଛି । ନାବାଳକ ଜଣଙ୍କ ବାରମ୍ବାର ମୋବାଇଲ୍‌ରେ ଗେମ୍ ଖେଳୁଥିଲେ । ଗେମ୍‌ ଖେଳିବାକୁ ନେଇ ମା’ ତାଙ୍କୁ ଅଧିକାଂଶ ସମୟ ବାରଣ କରୁଥିଲେ । ମା’ ଗାଳି କରିବାରୁ ନାବାଳକ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି । ବେକରେ ରଶି ଲଗାଇ ସେ ଆତ୍ମହତ୍ୟା କରିଛନ୍ତି ।

ନାବାଳକ ମୃତକ ହେଲେ ଇଶାନ ପ୍ରଧାନ । ତାଙ୍କ ବୟସ ୧୧ ବର୍ଷ । ଖବର ପାଇ ଘଟଣାସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

   Related Posts