Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ନାବଳକ ସ୍କୁଟି ଚାଳକ ଗଣିଲେ ୨୬ ହଜାର ଟଙ୍କା ଫାଇନ୍, ହେଲମେଟ୍‌ ନପିନ୍ଧି ଚଲାଉଥିଲେ ଗାଡି

9/12/2020 at 12:23 PM

ଭୁବନେଶ୍ବର ୯।୧୨: ନାବଳକ ସ୍କୁଟି ଚାଳକ ଗଣିଲେ ୨୬ ହଜାର ଟଙ୍କାର ଫାଇନ୍ । ରାଜଧାନୀରେ ଚାଳକ ଓ ପଛରେ ବସିଥିବା ବ୍ୟକ୍ତିଙ୍କୁ ଫାଇନ୍ କରିଛନ୍ତି ଟ୍ରାଫିକ୍ ପୋଲିସ । ଚାଳକ ହେଲମେଟ୍ ପିନ୍ଧିନଥିବାରୁ ଖଣ୍ଡଗିରି ଛକରେ ତାଙ୍କୁ ଅଟକାଇଥିଲେ ଟ୍ରାଫିକ୍ ପୋଲିସ । ଚାଳକଙ୍କ ବୟସ ୧୮ବର୍ଷରୁ କମ୍ ହୋଇଥିବା ଓ ବିନା ହେଲମେଟ୍ ପାଇଁ ତଣ୍ଡ ଗଣିଛନ୍ତି ନାବାଳକ ଚାଳକ । ହେଲମେଟ୍ ପାଇଁ ହଜାରେ ଟଙ୍କା ଏବଂ ଚାଳକଙ୍କ ବୟସ ୧୮ ବର୍ଷରୁ କମ୍ ହୋଇଥିବାରୁ ୨୫୦୦୦ ହଜାର ଟଙ୍କାର ଫାଇନ୍ କରାଯାଇଥିଲା ।

ଜାନୁଆରୀ ପହିଲାରୁ ଟ୍ରାଫିକ୍ ନିୟମ କଡାକଡି ହେବ ବୋଲି ମଙ୍ଗଳବାର ପରିବହନ ମନ୍ତ୍ରୀ କହିଥିଲେ । ଏଣିକି କେବଳ ବାଇକ୍‌ ଚାଳକ ହେଲମେଟ୍‌ ପିନ୍ଧିଲେ ଚଳିବ ନାହିଁ । ବାଇକ୍ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ୍ ପିନ୍ଧିବା ବାଧ୍ୟତାମୂଳକ । ଜାନୁଆରୀ ପହିଲାରୁ କଡାକଡି ହେବ ଟ୍ରାଫିକ୍ ନିୟମ । ବାଇକ୍ ରେ ଯାଉଥିଲେ ଦୁଇ ଜଣ ହେଲମେଟ୍ ପିନ୍ଧିବା ନିୟମ କଡାକଡି କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ମନ୍ତ୍ରୀ କହିଥିଲେ ଯେ, ଏହି ଆଇନ ୨୦୧୯ ମସିହାରୁ ପାସ୍ ହେଲାଣି । କିନ୍ତୁ କରୋନା ମହାମାରୀ ପାଇଁ ଏହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ ।

ଯଦି ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍‌ ପିନ୍ଧି ନଥିବେ ତେବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବ। ମୋଟର ଯାନ ଆକ୍ଟ ୨୦୧୯ ଆଧାରରେ ଏହି ନିୟମ ରାଜ୍ୟରେ କଡାକଡି ପାଳନ କରାଯିବ ବୋଲି ରାଜ୍ୟ ପରିବହନ ପ୍ରାଧୀକରଣ (ଏସଟିଏ) ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା ।

ଜନସାଧାରଣଙ୍କ ଜନ ଜୀବନ ସୁରକ୍ଷା ଦାୟିତ୍ବ ସରକାରଙ୍କ ଲକ୍ଷ୍ୟ । ଏବେ ଲୋକ ସଚେତନ ହେଲେଣି । ସମସ୍ତେ ସଚେତନ ହେବେ । ଏଣିକି ଜୋରଦାର ଚେକିଂ ହେବ । ଏହାସହ ଡ୍ରାଇଭିଂ ଲାଇସେନ୍ସ କାର୍ଯ୍ୟ ବି ଆରମ୍ଭ ହୋଇଗଲାଣି । ୫ ଲକ୍ଷ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ କାର୍ଯ୍ୟ ଆରମ୍ଭ ହୋଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ ।

   Related Posts