Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଗାଧୋଇବା ବେଳେ ପୋଖରୀରେ ଖସିଗଲା ଗୋଡ, ନାବାଳକଙ୍କ ମୃତ୍ୟୁ

27/10/2020 at 3:24 PM

ଆନନ୍ଦପୁର ୨୭।୧୦: ଆନନ୍ଦପୁର ଥାନା ଶିବନାରାୟଣପୁର ଗାଁ ପୋଖରୀରେ ବୁଡି ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି । ମୃତକ ଗାଁର ପ୍ରମୋଦ ପାଳଙ୍କ ୧୪ ବର୍ଷର ପୁଅ ସରୋଜ । ମଙ୍ଗଳବାର ମଧ୍ୟାହ୍ନରେ ସରୋଜ ଗାଁ ପୋଖରୀରେ ଏକା ଗାଧାଉଥିବା ବେଳେ ହଠାତ୍ ଗୋଡ ଖସିଯିବାରୁ ଗଭୀର ପାଣିରେ ବୁଡି ଯାଇଥିଲେ । ବୁଡିବା ସମୟରେ ତାଙ୍କ ଚିତ୍କାର ଶୁଣି ସେହି ବାଟ ଦେଇ ଯାଉଥିବା ଗାଁର କିଛି ଲୋକେ ପୋଖରୀ କୂଳକୁ ଯାଇଥିଲେ । ହେଲେ ସେତେବେଳକୁ ସରୋଜ ସମ୍ପୂର୍ଣ୍ଣ ପାଣିରେ ବୁଡିଯାଇଥିଲେ ।

ସ୍ଥାନୀୟ ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ଏକ ବାଇକ୍ ଯୋଗେ ଆନନ୍ଦପୁର ଚିକିତ୍ସାଳୟରେ ପହଁଞ୍ଚାଇଥିଲେ । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଆନନ୍ଦପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ।

   Related Posts