Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ନଦୀପଠାରୁ ନାବାଳିକାଙ୍କ ମୃତ ଦେହ ଉଦ୍ଧାର- ସନ୍ଦେହ ଜନକ ମୃତ୍ୟୁ ,ଯୁବକ ଅଟକ

5/12/2019 at 5:28 PM

କୋଣାର୍କ  ୦୫।୧୨ –  ପୁରୀ ଜିଲ୍ଲା ଦେବୀ ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର । କାକଟପୁର ଥାନା ବାଉରିଆକଣ ଗାଁର ନାବାଳିକା ଜଣକ ଗତକାଲିଠୁ ନିଖୋଜ ଥିଲେ । ଏ ନେଇ ପରିବାର ଲୋକେ କାକଟପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଆଜି ସକାଳୁ ଦେବୀନଦୀରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।

 ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତନାଘନା ଆରମ୍ଭ କରିଛି ପୋଲିସ । ଘଟଣାରେ ଜଣେ ଯୁବକକୁ ଅଟକ ରଖି ପଚରାଉଚରା କରାଯାଉଛି । ନାବାଳିକା ବ୍ୟବହାର କରୁଥିବା ମୋବାଇଲ ଫୋନ ଯାଞ୍ଚ କରିଥିଲେ ।

ନିଖୋଜ ପୂର୍ବରୁ ନାବାଳିକା ଜଣକ ଗାଁ ନିକଟ ପାଣି ଟାଙ୍କିରେ କାମ କରୁଥିବା ଜଣେ ଯୁବକଙ୍କ ପାଖକୁ ୨ଟି କଲ କରିଥିଲେ । ଫୋନ କଲ ଆଧାରରେ ସେହି ଯୁବକକୁ ଧରିଛି ପୋଲିସ । ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ସନ୍ଦେହ କରଯାଉଥିବା ବେଳେ ପୋଲିସ ଅଧିକ ତଦନ୍ତ ଚଳାଇଛି ।

   Related Posts