ଲଜ୍ଜା : ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ! ଅଭିଯୁକ୍ତକୁ ଗିରଫ କଲା ପୋଲିସ

Published By : Prameya-News7 Bureau | December 02, 2019 IST

କେନ୍ଦ୍ରାପଡା ୦୨।୧୨: ପୁଣି କେନ୍ଦ୍ରାପଡାରେ ଲଜ୍ଜା । କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଥାନା ଡେରାଡିହିରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଡେରାବିଶି ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରବିବାର ସଂଧ୍ୟାରେ ଡେରାଡିହି ଗାଁ ରାସ୍ତାରୁ ଉଠାଇ ନେଇ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ପୀଡିତାଙ୍କ ପରିବାର ପକ୍ଷରୁ  ଥାନାରେ ଅଭିଯୋଗ ହୋଇଛି । ଡେରାବିଶି ଥାନା ପୋଲିସ ଘଟଣାର ବ୍ୟକ୍ତିକୁ ଗିରଫ କରିବା ସହ ତଦନ୍ତ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.