Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ପୁଣି ଲଜ୍ଜା ! ମା ହେଲା ନାବାଳିକା, ଦୁଷ୍କର୍ମ କରି ପ୍ରେମିକ ଛୁ, ହାତ ବାନ୍ଧି ବସିଛି ପୁଲିସ

15/01/2021 at 6:09 PM

ଢେଙ୍କାନାଳ ୧୫।୦୧: ନା ନା ପ୍ରକାରର ପ୍ରଲୋଭନ ଦେଖାଇ ଜଣେ ନାବାଳିକାକୁ ଦୁଷ୍କର୍ମ ଘଟଣାରେ ପୁଲିସର ନିଷ୍କ୍ରିୟତା ଯୋଗୁଁ ଅଭିଯୁକ୍ତ ଛୁ ମାରିଛି। ଏ ପଟେ ଗର୍ଭବତୀ ନାବାଳିକା ଜଣଙ୍କ ଆଜି ଢେଙ୍କାନାଲ ମୁଖ୍ୟ ଡାକ୍ତର ଖାନାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ପରି ଏକ ଲଜ୍ଜାଜନକ ଘଟଣା ପଦାକୁ ଆସିଛି ।

ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅଞ୍ଚଳରେ। ନାବାଳିକା ଜଣଙ୍କ ଆଜି ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ କାମାକ୍ଷାନଗର ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ୩୧ ଡିସେମ୍ବରରେ ଅଭିଯୁକ୍ତଙ୍କ ନାଁରେ ଏକ ଲିଖିତ ଅଭିଯୋଗ କରାଯାଇଥିଲା।

ଅଭିଯୁକ୍ତ ଯୁବକ ଜଣଙ୍କ ତାଙ୍କ ଗ୍ରାମର ନିର୍ମଳ ମହାରଣା ହୋଇଥିବା ଅଭିଯୋଗ ହୋଇଛି । ଏପରିକି ଅଭିଯୁକ୍ତ ନିର୍ମଳ ନାବାଳିକାକୁ ନା ନା ଧମକ ଚମକ ଦେଇଥିବା ପୀଡିତ ନାବାଳିକାଙ୍କ ପରିବାରୁ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। କାମାକ୍ଷାନଗର ପୁଲିସ କେବଳ ମାମାଲଟିଏ ରୁଜୁ କରି ଦେଇଥିଲେ ମଧ୍ୟ ଘଟଣାକୁ ଗୁରୁତ୍ୱ ଦେଇ ଦେଇନିଥିବା ଅଭିଯୋଗ ହୋଇଛି। ଫଳରେ  ଅଭିଯୁକ୍ତ ଫେରାର ହୋଇ ଯାଇଥିବା ପୀଡିତାର ଭାଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।  

   Related Posts