Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

୧୦ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କଲା ୫୦ବର୍ଷ ବୟସ୍କ ବୃଦ୍ଧ ! ଅଭିଯୋଗ ପରେ ଥାନାରେ ଅଟକ

15/12/2020 at 9:38 AM

ଅନୁଗୋଳ ୧୫।୧୨: ଅନୁଗୋଳ ରେଙ୍ଗାଳି ଅଞ୍ଚଳରେ ଲଜ୍ଜା । ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୋଗ ପରେ ୫୦ ବର୍ଷ ବୟସ୍କ ବୃଦ୍ଧକୁ ଅଟକ ରଖିଛି ରେଙ୍ଗାଳି ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ଅଞ୍ଚଳରେ ଗତ ୧୪ ତାରିଖରେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ୫୦ ବର୍ଷ ବୟସ୍କ ବୃଦ୍ଧ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ନାବାଳିକା ଜଣକ ନିଜ ଘର ସାମ୍ନାରେ ଖେଳୁଥିବା ସମୟରେ ପଡୋଶୀ ବୃଦ୍ଧ ଘର ସମ୍ମୁଖରୁ ପ୍ରଲୋଭନ କରି ନେଇ ଯାଇଥିଲା । ଘରେ ଏକୁଟିଆ ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି ।

ଘଟଣା ପରେ ଝିଅଟି ସବୁକଥା ଘରେ କହିବା ପରେ ସ୍ଥାନୀୟ ଲୋକ ସଂପୃକ୍ତ ବୃଦ୍ଧଙ୍କୁ ଏକ ଖୁଣ୍ଟରେ ବାନ୍ଧି ଦେଇଥିଲେ । ରେଙ୍ଗାଳି ପୋଲିସ ଅଭିଯୋଗ ପାଇବା ପରେ ବୃଦ୍ଧଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛି । ଘଟଣାର ତଦନ୍ତ ଜାରି ରହିଛି ପୋଲିସ ।

   Related Posts