ସଂପର୍କରେ ଲାଗିଲା କଳଙ୍କ : ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଦାଦା ଗିରଫ

Published By : Prameya-News7 Bureau | July 20, 2020 IST

ଖୋର୍ଦ୍ଧା ୨୦।୭: ପୁଣି ଲଜ୍ଜା । ୧୦ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ । ସଂପର୍କୀୟ ଦାଦା ସଂପୃକ୍ତ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଖୋର୍ଦ୍ଧା ଟାଉନ୍ ଥାନା ଅନ୍ତର୍ଗତ କୁମାରବସ୍ତ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ନାବାଳିକାଙ୍କ ଘରେ କେହି ନଥିବାର ସୁଯୋଗ ନେଇ ଅଭିଯୁକ୍ତ ସଂପର୍କୀୟ ଦାଦା ତାଙ୍କ ଘରେ ପଶିଥିଲେ । ନାବାଳିକା ଜଣଙ୍କୁ ଦୁଷ୍କର୍ମ କରିବା ପରେ ଅଭିଯୁକ୍ତ ଦାଦା ଫେରାର ହୋଇଯାଇଥିଲେ । ତେବେ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ପରିବାର ଲୋକେ ପ୍ରଥମେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଇଥିଲେ ମଧ୍ୟ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଖୋର୍ଦ୍ଧା ଟାଉନ୍ ପୋଲିସ ମେଡିକାଲ ଓ କୁମାରବସ୍ତ ଗ୍ରାମକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତେବେ ଫେରାର ଅଭିଯୁକ୍ତକୁ ପୋଲିସ ଗିରଫ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.