Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ସାଲେପୁରରେ ପୁଣି ଲଜ୍ଜା : ନାବାଳିକାଙ୍କ ହାତଗୋଡ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ, ଥାନାରେ ଦୁଇ ଅଟକ

20/01/2021 at 10:32 AM

ସାଲେପୁର ୨୦।୧: ସାଲେପୁରରେ ପୁଣି ଲଜ୍ଜା । ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ପରିବାର ପକ୍ଷରୁ ଥାନାରେ ଲିଖିତ ଏତଲା ଦିଆଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ବଣହରା ଅଞ୍ଚଳରେ ।

ସୂଚନାଯୋଗ୍ୟ ଯେ, ବଣହରା ଅଞ୍ଚଳର ୧୩ ବର୍ଷର ନାବାଳିକାଙ୍କୁ ଦୁଇ ଜଣ ଅଭିଯୁକ୍ତ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ପୀଡିତା ନାବାଳିକା ଜଣଙ୍କ ଘରେ ଏକୁଟିଆ ଥିବା ବେଳେ ପାଟିରେ କପଡା ଦେଇ ହାତଗୋଡ ବାନ୍ଧି ଦୁଷ୍କର୍ମ କରିଛନ୍ତି ଦୁର୍ବୃତ୍ତ । ପୀଡିତାର ମା’ ସାଲେପୁର ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗ ଆଧାରରେ ସାଲେପୁର ପୋଲିସ ଦୁଇ ଜଣ ଅଭିଯୁକ୍ତକୁ ଆଣି ଥାନାରେ ଅଟକ ରଖିଛି । ତେବେ ଘଟଣା ସଂପର୍କରେ ପୋଲସର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଲିଖିତ ଅଭିଯୋଗକୁ ଭିତ୍ତି କରି ସାଲେପୁର ପୋଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

   Related Posts