Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ସୁନ୍ଦରଗଡରେ ପୁଣି ଲଜ୍ଜା : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ଭିଡିଓ ଭାଇରାଲ୍

23/07/2019 at 11:09 AM

ରାଉରକେଲା ୨୩|୭:  ପୁଣି ସୁନ୍ଦରଗଡରେ ଲଜ୍ଜା । ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ହରବାଲି ବସ୍ତି ଅଞ୍ଚଳର ଏଭଳି ଲଜ୍ଜାଜନକ ଘଟଣା ଘଟିଛି । ଗତ ୮ ତାରିଖରେ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି ପୀଡିତାଙ୍କ ପରିବାର ଲୋକେ । ଗଣଦୁଷ୍କର୍ମର ଭିଡିଓ ଭାଇରାଲ୍ ପରେ ଥାନାରେ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏହି ଘଟଣାରେ ୫ ରୁ ୭ ଜଣଙ୍କର ସମ୍ପୃକ୍ତି ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

ଗତକାଲି ମଧ୍ୟ ରାଉରକେଲାର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିଲା । ସୁନ୍ଦରଗଡ଼ ହେମଗିରି ଥାନା ଗୋପାଳପୁର ଗାଁ କଲୋନୀପଡାର ଘଟିଥିଲା ଏଭଳି ଘଟଣା । ଗତ ଶନିବାର ଦିନ ସକାଳ ୧୦ଟାରେ ଗାଁ ନିକଟ ନାଳକୁ ଯାଇଥିବା ଝିଅଟି  ନିଖୋଜ  ହୋଇଯାଇଥିଲା ।  ଗାଁ ନିକଟ ଜଙ୍ଗଲରୁ ମିଳିଥିଲା ନାବଳିକାର ଶବ ।  ପୋଲିସର ପ୍ରାଥମିକ ତଦନ୍ତ ପରେ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା ।

ଅନ୍ୟପଟେ ରାଜଗାଙ୍ଗପୁରରେ ଜଣେ ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ ଆସିଥିଲା । ପୋଲିସ ଜଣଙ୍କୁ ଅଟକ ରଖିଛି । ବାରମ୍ବାର ଏଭଳି ଘଟଣା ଘଟୁଥିବାବେଳେ ପୋଲିସର ନିଷ୍କ୍ରିୟତା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

   Related Posts