ବାଲିଯାତ୍ରା ୨୦୨୫
LIVE TV

ରାତି ପାହିଲେ ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପହଞ୍ଚିଲା ମହାପ୍ରଭୁଙ୍କ ପୋଢ଼ୁଆଁ ଭାର

NEWS7
minor-girl-gang-raped-in-sundergarh-bonai-accused-detained

ପୁରୀ୧୧:ରାତି ପାହିଲେ ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଏହି ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଆଦି ଆସିଛି । ମହାପ୍ରଭୁଙ୍କ ଗୋପାଳ ବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି ।

ନିଆଳିରୁ ପ୍ରଭୁ ମାଧବାନନ୍ଦଜୀଉଙ୍କ ସେବାୟତ ଓ ସ୍ଥାନୀୟ ଲୋକମାନେ ଅପରାହ୍ନରେ ଗୁଣ୍ତିଚା ମନ୍ଦିରରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ପତାକା, ପାରମ୍ପରିକ ବାଦ୍ୟ ନୃତ୍ୟରେ ପାଇକ ଆଖଡା, ରାମତାଳି, ଲଉଡି, ଘୋଡ଼ା ନାଚ ସାଙ୍ଗକୁ ସଂକୀର୍ତ୍ତନ ମଣ୍ଡଳୀଙ୍କ ସଂକୀର୍ତ୍ତନରେ ଆସିଥିଲେ । ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ତେବେ ଏହି ପୋଢୁଆଁ ଭାର ଆଣି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦିଆଯାଇଥିଲା । ମଙ୍ଗଳା ପୁରାଣରେ ମହାପ୍ରଭୁଙ୍କ ମାମୁଁ ଘର ନିଆଳିର ମାଧବାନନ୍ଦଜୀଉ ବୋଲି ଉଲ୍ଲେଖ ରହିଛି । ବହୁ ପୂର୍ବରୁ ଏହି ପୋଢ଼ୁଆଁ ଭାର ଆସୁଥିଲା । କିନ୍ତୁ କେତେକ ସମସ୍ୟା ଯୋଗୁଁ ଏହା ଆସି ପାରିନଥିଲା । ଗତ ୨୦୧୯ ମସିହାରେ ସ୍ଥାନୀୟ ଲୋକ ମାନେ ଏକାଠି ହୋଇ ପୁଣି ଏହି ପରମ୍ପରା ଆରମ୍ଭ କରିଥିବା ବେଳେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।