Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’

23/10/2021 at 12:24 PM

ଭଦ୍ରକ ୨୩।୧୦: ଏକତରଫା ପ୍ରେମକୁ କେନ୍ଦ୍ରକରି ନାବାଳିକାଙ୍କ ଗାଡିକୁ ଗୋଇଠା ମାରି ଗଡାଇଦେଲେ ପ୍ରେମିକ । ଅଭିଯୋଗ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି । ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଏସପିଙ୍କୁ ଭେଟିଲେ ନାବାଳିକାଙ୍କ ମା’ ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ତିହିଡି ଥାନା ଅଞ୍ଚଳର ଜନୈକ ନାବାଳିକା ନିଜ ଅଜାଙ୍କ ସହ ଭଦ୍ରକ ମେଡିକାଲକୁ ଆସୁଥିଲେ । ସେହି ସମୟରେ ଜନୈକ ଯୁବକ ଏବଂ ତାଙ୍କର ଅନ୍ୟ ସାଙ୍ଗ ସେମାନଙ୍କ ବାଇକକୁ ଗୋଇଢା ମାରି ଗଡାଇ ଦେଇଥିଲେ । ଏହି ଘଟଣାରେ ନାବାଳିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି ।

ଏନେଇ ନାବାଳିକାଙ୍କ ମା’ ଭଦ୍ରକ ଟାଉନ ଥାନାରେ ଲିଖିତ ଏତଲା ଦେଇଥିଲେ । ଏତଲା ଆଧାରରେ ଟାଉନ ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ଅନ୍ୟ ସହଯୋଗୀଙ୍କୁ ଛାଡି ଦେଇଥିବା ଅଭିଯୋଗ ଆଣିଛନ୍ତି । ତେବେ ଅନ୍ୟ ସହଯୋଗୀଙ୍କୁ ଗିରଫ ଦାବିରେ ନାବାଳିକାଙ୍କ ମା’ ଭଦ୍ରକ ଏସପିଙ୍କ ଦ୍ଵାରସ୍ଥ ହୋଇଛନ୍ତି। 

   Related Posts