Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍

20/04/2021 at 11:14 AM

ସୋର ୨୦।୪: ମନ୍ଦିରରୁ ମୂର୍ତ୍ତି ଚୋରି । ହାଜିପୁରର ମନ୍ଦିରରୁ ରୂପାର ରାଧାକୃଷ୍ଣ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ । ଏହାସହ ୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଅଳଙ୍କାର ମଧ୍ୟ ଚୋରି ହୋଇଥିବା ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ସୋର ଥାନା କେଦରପୁର ହାଜିପୁର ଗାଁର ଏକ ନିଛାଟିଆ ସ୍ଥାନରେ ରହିଛି ରାଧାକୃଷ୍ଣ ମନ୍ଦିର । ଏହି ମନ୍ଦିରରୁ ତାଲା ଭାଙ୍ଗି ପ୍ରାୟ ୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ୧ କିଲୋ ୭ ଶହ ଗ୍ରାମ ଓଜନର ରୂପା ରାଧାକୃଷ୍ଣ ମୂର୍ତ୍ତି ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏହାସହ ସୁନା-ରୂପା ଅଳଙ୍କାର ମଧ୍ୟ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିରର ତାଲା ଭାଙ୍ଗି ଚୋରମାନେ ଚୋରି କରିବାକୁ ସକ୍ଷମ ହୋଇଛନ୍ତି । ମନ୍ଦିର ଦାୟିତ୍ବରେ ଥିବା କର୍ତ୍ତୃପକ୍ଷ ସୋର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts