Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ରାଜଧାନୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କରାଜ, ବିଚ୍ ରାସ୍ତାରେ ୨ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

26/07/2021 at 2:42 PM

ଭୁବନେଶ୍ବର ୨୬।୭: ରାଜଧାନୀରେ ଚାଞ୍ଚଲ୍ୟ । ପୁଣି ଆତଙ୍କରାଜ ଚଳାଇଲେ ଦୁର୍ବୃତ୍ତ । ଭୁବନେଶ୍ବର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ଦୁଇ ଯୁବକଙ୍କୁ ଅତି ନିର୍ମମ ଭାବେ ମରଣାନ୍ତକ ଆକ୍ରମଣ କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ କଦଳୀ ଗୋଦାମ ଅଞ୍ଚଳରେ ଏଭଳି ଅଘଟଣ ଘଟିଥିବା ଜଣାପଡିଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ଦୁଇ ଜଣ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ । ଫଳରେ ଉଭୟ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଖାରବେଳନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଯୁବକଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।  ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି ।

ତେବେ ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀର ରାଜରାସ୍ତା । ବିଭିନ୍ନ ସମୟରେ ହତ୍ୟା, ମରଣାନ୍ତକ ଆକ୍ରମଣ, ରାହାଜାନୀ, ଲୁଟ୍ ଆଦି ଘଟଣାମାନ ଘଟିଯାଉଛି । ଦିନ ଦ୍ବିପ୍ରହରରେ ଦୁର୍ବୃତ୍ତମାନେ ଏସବୁ ଘଟଣାମାନ ଘଟାଉଛନ୍ତି । ଅକାରଣରେ ଅନେକଙ୍କ ଜୀବନ ଯାଉଛି । ନିକଟରେ ଏମିତି ଅନେକ ଘଟଣା ଘଟିଥିବା ନଜିର ରହିଛି । ନିକଟରେ ସିଆରପି ଛକରେ ଜଣେ ଯୁବକଙ୍କୁ ଦୁଇ ଜଣ ଦୁର୍ବୃତ୍ତ ଗୋଡାଇ ଗୋଡାଇ ହାଣି ହତ୍ୟା କରିଥିଲେ ।

   Related Posts