Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ

30/10/2020 at 8:22 AM

ରାଉରକେଲା ୩୦।୧୦: ରାଉରକେଲା ଟାଙ୍ଗରପାଲି ଥାନା କଚରାପଲ୍ଲୀ ହେକେଟ ରୋଡ଼ରେ ଶୁକ୍ରବାର ଭୋରରୁ ଏକ ସ୍କର୍ପିଓକୁ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଛି ।

ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଗାଡ଼ିରେ ଜଣେ ମହିଳାଙ୍କ ସମେତ ତିନି ଜଣ ଥିଲେ । ୧୦ ରୁ ୧୨ ଜଣ ଯୁବକ ବାଇକରେ ଆସି ବିଭିନ୍ନ ସ୍ଲୋଗାନ ଦେଇ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ । ନିଆଁ ଲଗାଇଥିବା ଯୁବକଙ୍କ ମାଡରେ ଗାଡ଼ିରେ ଥିବା ୩ ଜଣ ଫେରାର ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଠାବ କରିବାକୁ ଉଦ୍ୟମ କରୁଛି । ଗାଡ଼ିରେ କିଛି ଆପତ୍ତିଜନକ ସାମଗ୍ରୀ ଚାଲାଣ ହେଉଥିବା ସୂଚନା ମିଳିଛି । ଟାଙ୍ଗରପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts