Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଦିନ ଦ୍ବିପ୍ରହରରେ ଲୁଟ୍, କାର୍ ଭିତରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଦୁର୍ବୃତ୍ତ

14/12/2020 at 4:11 PM

ଝାରସୁଗୁଡା ୧୪।୧୨: ଦିନ ଦ୍ବିପ୍ରହରରେ ୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଜନଗହଳିପୂର୍ଣ୍ଣ ବମ୍ବେ ଛକ ନିକଟରେ କାରରେ ଯାଉଥିବା ଜଣେ ବ୍ୟକ୍ତିଙ୍କଠାରୁ ଲୁଟ୍ ହେଲା ୫ ଲକ୍ଷ ଟଙ୍କା । ଦୀନେଶ ସାହୁ ନାମକ ବ୍ୟକ୍ତି ଆକ୍ସିସ ବ୍ୟାଙ୍କରୁ ଟଙ୍କା ଉଠାଇ ବ୍ରଜରାଜନଗର ଯାଉଥିଲେ ।

ବମ୍ବେ ଛକ ନିକଟରେ ନିଜ କାରକୁ ଅଟକାଇ ଓହ୍ଲାଇବା ସମୟରେ ପଛ ଆଡୁ ବାଇକରେ ପିଛା କରୁଥିବା ୨ ଜଣ ଯୁବକ ଗାଡିର ଡୋର୍ ଖୋଲି ସେଥିରେ ଥିବା ଟଙ୍କା ବ୍ୟାଗକୁ ଲୁଟି ନେଇ ଫେରାର ହୋଇଯାଇଥିଲେ । ଖବର ପାଇ ଝାରସୁଗୁଡା ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts