ଜୁଏଲର୍ସ ସଟର ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଲୁଟ୍, ବିଳମ୍ବିତ ରାତିରେ ଲୁଟିନେଲେ ଦୁର୍ବୃତ୍ତ

Published By : Prameya-News7 Bureau | July 07, 2021 IST

ଖୋର୍ଦ୍ଧା ୭।୭: ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ । ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଆଦର୍ଶ ଥାନା ଅଞ୍ଚଳରେ ଘଟିଛି ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ପତିତପାବନ ଛକରେ ଥିବା ପଟ୍ଟନାୟକ ଜୁଏଲର୍ସ ନାମକ ସୁନା ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୋକାନ ସଟର ଭାଙ୍ଗି ଲୁଟ୍ କରିଛନ୍ତି । ଏ ନେଇ ଖୋର୍ଦ୍ଧା ଆଦର୍ଶ ଥାନାରେ ଜୁଏଲର୍ସର ମାଲିକ ଏତଲା ଦେଇଛନ୍ତି । ଏତଲା ଆଧାରରେ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି । ତେବେ କେଉଁମାନେ ଏହି ଲୁଟ୍ ଘଟଣାରେ ସଂପୃକ୍ତ ଅଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.