Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଝରକା ଗ୍ରୀଲ୍ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟିନେଲେ ଦୁର୍ବୃତ୍ତ

28/11/2019 at 1:21 PM

ପାଟଣା ୨୮।୧୧: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗା ଗ୍ରାମର ଦୁର୍ଯ୍ୟୋଧନ ସାହୁଙ୍କ ଘରୁ ବିଳମ୍ବିତ ରାତିରେ ଘର ଝରକାର ଗ୍ରୀଲ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଏଥି ସହିତ ତାଙ୍କ ଘରେ ଭଡାରେ ରହିଥିବା ଜଣେ ଶିକ୍ଷୟିତ୍ରୀଙ୍କ ରୁମର କବାଟ ତାଡି ଆଲମିରା ଭାଙ୍ଗି ସୁନା ଗହଣା ଓ ନଗଦ ଟଙ୍କା ଦୁର୍ବୃତ୍ତ ଚୋରି କରି ନେଇଥିବା ତୁରୁମୁଙ୍ଗା ଥାନାରେ ଘର ମାଲିକ ଦୁର୍ଯ୍ୟୋଧନ ସାହୁ ଅଭିଯୋଗ କରିଛନ୍ତି।

ଅଭିଯୋଗ ପରେ ତୁରୁମୁଙ୍ଗା ପୋଲିସ ଛାନ ଭିନ ଜାରି ରଖିଛି । ୪୯ ନମ୍ବର ରାଜପଥ କଡ଼ରେ ଥିବା ତୁରୁମୁଙ୍ଗା ଅଞ୍ଚଳରେ ପୂର୍ବରୁ ବାରମ୍ବାର ଘରୁ ଚୋରି ହୋଉଥିବାରୁ ଅଞ୍ଚଳବାସଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ଖୁବ ଶୀଘ୍ର ଚୋର ଧରିବା ସହିତ ରାତ୍ରିକାଳୀନ ପାଟ୍ରୋଲିଂ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

   Related Posts