Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୂର୍ବତନ ବ୍ଲକ୍ ଅଧ୍ୟକ୍ଷଙ୍କୁ ହତ୍ୟା, ହାତ ଓ ଗୋଡକୁ ହାଣିଦେଲେ ଦୁର୍ବୃତ୍ତ

26/03/2019 at 8:48 AM

ଆନନ୍ଦପୁର ୨୬|୩ : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକର ପୂର୍ବତନ ଅଧକ୍ଷ ରାମଚନ୍ଦ୍ର ବେହେରାଙ୍କୁ ହତ୍ୟା କରାଯାଇଛି । ତାଙ୍କୁ ଧକୋଟା ସ୍ଥିତ ବାସଭବନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ସଂଘବଦ୍ଧ ଭାବେ ଖଣ୍ଡା ଭୁଜାଲିରେ ତାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ସେମାନେ ତାଙ୍କ ଦୁଇଟି ଯାକ ହାତ ଓ ଗୋଡ଼କୁ କାଟି ଦେଇଥିଲେ । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନା ଠାରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତୁରନ୍ତ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ହେଲେ କଟକ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଛି ।

ତେବେ ସ୍ଥାନୀୟ ଘସିପୁରା ଥାନା ଅନ୍ତର୍ଗତ ବଡଏକତାଳି ଓ କୁଣ୍ଡାକୋଟ ଗ୍ରାମର କିଛି ଯୁବକଙ୍କ ମଧ୍ୟରେ ହୋଇଥିବା ଗଣ୍ଡଗୋଳକୁ କେନ୍ଦ୍ରକରି ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି । କୁଣ୍ଡାକୋଟ ଗ୍ରାମର ମୂଳ ବାସିନ୍ଦା ରାମଚନ୍ଦ୍ର ଏହି ଗଣ୍ଡଗୋଳରେ ମଧ୍ୟସ୍ଥତା କରି ସମାଧାନ କରିବାକୁ  ଉଦ୍ୟମ କରିଥିଲେ। ଏପରିକି ଆକ୍ରମଣ ପୂର୍ବରୁ କେତେକ ଲୋକ ତାଙ୍କୁ ଘରୁ ଡାକି ଗଣ୍ଡଗୋଳ ବିଷୟରେ ଆଲୋଚନା ମଧ୍ୟ କରିଥିଲେ । ଘଟଣା ସମ୍ପର୍କରେ ଖବରପାଇ ପୋଲିସ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରିପାରିନାହିଁ । 

   Related Posts