Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ରାଜଧାନୀରେ ଫାୟାରିଂ ; ଦୋକାନ ସିକ୍ୟୁରିଟି ଗାର୍ଡଙ୍କ ଉପରକୁ ଗୁଳିମାଡ କଲେ ଦୁର୍ବୃତ୍ତ

16/03/2019 at 8:13 AM

ଭୁବନେଶ୍ବର ୧୬|୩ : ରାଜଧାନୀ ଭୁବନେଶ୍ବରରେ ପୁଣି ଗୁଳିମାଡ଼ ହୋଇଛି । ମିଠା ଦୋକାନର ସିକ୍ୟୁରିଟି ଗାର୍ଡଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ସିକ୍ୟୁରିଟି ଗାର୍ଡଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାର ତଦନ୍ତ ଆରମ୍ଭ କରିଛି ସହିଦନଗର ଥାନା ପୋଲିସ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ସହିଦ ନଗରର ଏକ ମିଠା ଦୋକାନର କାର୍ଯ୍ୟରତ ଥିବା ସିକ୍ୟୁରିଟି ଗାର୍ଡଙ୍କୁ ଦୁର୍ବୃତ୍ତ ପାଣି ମାଗିତିଲେ । ପାଣି ମାଗିବା ସମୟରେ ତାଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଗାର୍ଡଙ୍କ କାନ୍ଧକୁ ଗୁଳି କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ସିକ୍ୟୁରିଟି ଗାର୍ଡଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ସିକ୍ୟୁରିଟି ଗାର୍ଡ ହେଉଛନ୍ତି ଜ୍ଞାନେନ୍ଦ୍ର ମଲ୍ଲିକ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗୁଳିମାଡ ପଛରେ କଣ କାରଣ ରହିଛି ତାହା ସ୍ପଷ୍ଟ ଜଣାପଡିନାହିଁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ କରାଯାଇଥିବା ସନ୍ଦେହ କରାଯାଉଛି ।

   Related Posts