Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

6/05/2021 at 11:05 AM

ରାଇରଙ୍ଗପୁର ୬।୫: ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଭାଲୁବସା ଗ୍ରାମରେ ।  

ସୂଚନାଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଭାଲୁବସା ଗ୍ରାମରେ ଟାଣ୍ଡିସାହି କାଜୁ ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାଳିକା ହେଲେ ବୁଢାମରା ଗ୍ରାମର ସନ୍ଧ୍ୟା କାରୁଆ । ନାବାଳିକା ଜଣଙ୍କ ସୋମବାରରୁ ନିଖୋଜ ଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ଖବର ପାଇ ରାଇରଙ୍ଗପୁର ଟାଉନ ଥାନା ପୋଲିସ ପହଞ୍ଚିବା ସହ ଅଧିକ ତଦନ୍ତ ପାଇଁ ବାରିପଦାରୁ ସାଇଣ୍ଟିଫିକ ଟିମ୍ କୁ ଡକାଇ ଥିବାର ଜଣାପଡ଼ିଛି । ପୋଲିସର ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ସୂଚନା ମିଳିପାରିବ ।

   Related Posts