୨୩ଦିନ ହେଲା ନିଖୋଜ ଥିବା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Prameya-News7 Bureau | January 02, 2019 IST

ଗଜପତି ୦୨|୦୧: ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ପାତ୍ରବସା ନିକଟରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଛାତ୍ରୀ ଜଣକ ଛେଳିଗଡ ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢୁଥିଲେ । ଗତ ମାସ  ୧୦ ତାରିଖରୁ ଛାତ୍ରୀ ଜଣକ ନିଖୋଜ ଥିଲେ । ତେବେ ନିଖୋଜ ନେଇ ୨୪ତାରିଖରେ ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ ।  ଦୀର୍ଘ ୨୩ ଦିନ ପରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏ ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଚଞ୍ଚଲ୍ୟ ଖେଳିଯାଇଛି । ତେବେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଝୁଲାଇଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.