Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ଡ୍ୟାମ୍‌ରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଗତ ୩୦ତାରିଖରୁ ଥିଲେ ନିଖୋଜ

1/11/2019 at 12:54 PM

ଜି.ଉଦୟଗିରି ୧।୧୧: ଡ୍ୟାମରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତ ୩୦ତାରିଖରୁ ବ୍ୟକ୍ତି ଜଣଙ୍କ ନିଖୋଜ ଥିବା ନେଇ ପରିବାରଲୋକ ଥାନାରେ ଅଭିଯୋଗ କରିଥିଲେ । ତେବେ ତାଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା କଲିନାକୁ ଗାଁର ରାଜ କୁମାର ପ୍ରଧାନ ଗତ ୩୦ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ବହୁତ ଖୋଜାଖୋଜି ପରେ ମଧ୍ୟ ଜି.ଉଦୟଗିରି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଜି ସକାଳୁ ରାଜ କୁମାରଙ୍କ ମୃତଦେହ ଡ଼ଡ଼ାପଡା ଡ୍ୟାମରେ ଭାସୁଥିବାର ସ୍ଥାନୀୟଲୋକେ ଦେଖିଥିଲେ। ଜି.ଉଦୟଗିରି ଥାନା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଛନ୍ତି । ଫୁଲବାଣୀରୁ ଡଗ୍ ସ୍କ୍ବାର୍ଡ ଆସିବା ନେଇ ସୂଚନା ରହିଛି । ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । କେହି ତାଙ୍କୁ ମାରି ଏଠାରେ ଫିଙ୍ଗିଛି ନା ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଛି ତାହାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts