Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ, ଗତକାଲିଠାରୁ ଥିଲେ ନିଖୋଜ

13/11/2020 at 2:23 PM

ତେଲକୋଇ ୧୩।୧୧: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଟୁଙ୍ଗୁରୁବାହାଳ ଗାଁ ମୁଣ୍ଡାସାହି ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ବେଲ ମୁଣ୍ଡା । ଗୁରୁବାର ଦିନ ୧୨ଟା ସମୟରୁ ବେଲ ମୁଣ୍ଡା ନିଖୋଜ ଥିବା ପରିବାର ପକ୍ଷରୁ କୁହାଯାଉଥିବା ବେଳେ ଶୁକ୍ରବାର ସକାଳୁ ପାଣିରେ ଶବ ଭାସୁଥିବା ଦେଖିବାକୁ ମିଳିଥିଲା ।

ଏ ସମ୍ପର୍କରେ ତେଲକୋଇ ଥାନାକୁ ଖବର ଦେବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ତେଲକୋଇ ମେଡିକାଲକୁ ପଠାଇଥିଲା । ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସି ପୋଖରୀରେ ବୁଡି ଯାଇଥିବା ସନ୍ଦେହ କରାଯାଉଛି ।

   Related Posts