Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ

17/04/2021 at 5:38 PM

ଲମତାପୁଟ ୧୭।୪: ୩ ଦିନ ପରେ ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ । ପାତାଳୀ ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା କୋରାପୁଟ ଓଡ୍ରାଫ୍ ଟିମ୍ । କୋରାପୁଟ ଜିଲ୍ଲା ପାଡୁଆ ଥାନା ଅନ୍ତର୍ଗତ ଓଏର୍ଲା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ପାଡୁଆ ଥାନା ଅନ୍ତର୍ଗତ ଓଏର୍ଲା ଗାଁର ପ୍ରହଲ୍ଲାଦ ପାଙ୍ଗୀ ୩ ଦିନ ତଳେ ମାଛଧରା ଦେଶୀ ଡଙ୍ଗା ନେଇ ପାତାଳୀ ନଦୀକୁ ଯାଇଥିଲେ । ନଦୀରୁ ସେ ଆଉ ଫେରିନଥିଲେ । ଗ୍ରାମବାସୀ ବହୁ ଖୋଜାଖୋଜି କରିବା ପରେ ପ୍ରହଲ୍ଲାଦଙ୍କର କୌଣସି ପତ୍ତା ମିଳିନଥିଲା । ଫଳରେ ପରିବାରଲୋକ ଅଗ୍ନିଶମ ଓ ଓଡ୍ରାଫ୍ ଟିମ୍ କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଓଡ୍ରାଫ୍ ଟିମ୍ ପହଞ୍ଚି ଖୋଜାଖୋଜି କରିଥିଲା ।  ତେବେ ଶନିବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।  ପ୍ରହଲ୍ଲାଦଙ୍କର ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts