Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

24/02/2021 at 3:23 PM

କଟକ ୨୪।୨: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍ । ପ୍ରଦୀପଙ୍କ ଜାମିନ୍ ମଞ୍ଜୁର କଲେ ହାଇକୋର୍ଟ । କ୍ରାଇମବ୍ରାଞ୍ଚ ମାମଲାରେ ପ୍ରଦୀପଙ୍କୁ ଜାମିନ୍ ମିଳିଥିବା ଜଣାପଡିଛି । ୨୪ ଲକ୍ଷର କ୍ୟାସ୍ ସିୟୋରିଟି ସହ ୫ଲକ୍ଷ ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ପ୍ରଦୀପଙ୍କୁ ଜାମିନ୍ ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ, ଆଇଏଫଏସ ଅଫିସର ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଲିଙ୍କରେ ଛନ୍ଦି ହୋଇ ଗିରଫ ହୋଇ ଗିରଫ ହୋଇଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଟାଟା କମ୍ପାନୀରେ ଚାକିରୀ କରାଇଦେବାକୁ କହି ଭାବି ଜ୍ବାଇଁ ଆକାଶ ପାଠକ କରିଥିବା ଠକେଇରେ ପ୍ରଦୀପଙ୍କ ସଂପୃକ୍ତି ରହିଛି କି ନାହିଁ ତାର ଛାନଭିନ୍ କରୁଛି କ୍ରାଇମବ୍ରାଞ୍ଚ୍ । ଏହି ଠକେଇ ମାମଲାରେ ପ୍ରଦୀପ ଓ ଆକାଶଙ୍କୁ ସାମ୍ନାସାମ୍ନି ଜେରା କରିଥିଲା କ୍ରାଇମବ୍ରାଞ୍ଚ ।

ଜନ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଆଇଏଫଏସ ଅଭୟ ପାଠକ ଓ ଆକାଶ ପାଠକ ଲିଙ୍କ୍, ବେଆଇନ ଅର୍ଥ କାରବାର ଓ ଚାକିରୀ ଜାଲିଆତି ନେଇ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଦୁର୍ନୀତି ମାମଲାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଲୋକାୟୁକ୍ତ ନିକଟରେ ସୁପାରିଶ କରିଥିଲେ ।

   Related Posts