Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜାମିନ୍‌ ଆବେଦନ ଖାରଜ, ଝାରପଡ଼ା ଜେଲ୍‌ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

3/12/2020 at 11:11 PM

ଭୁବନେଶ୍ବର: ଜାମିନ ଆବେଦନ ଖାରଜ ହେବା ପରେ ଜେଲ୍‌ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।  ଜାମିନ ଖାରଜ କରିଥିଲେ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ। ଜାମିନ ନମିଳିବା ପରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଝାରପଡ଼ା ଜେଲ୍‌ ପଠାଯାଇଛି। ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ। ଗୁରୁବାର ଗିରଫ ପରେ ପ୍ରଦୀପଙ୍କୁ କୋର୍ଟରେ ହାଜର କରାଇଥିଲା କ୍ରାଇମ୍‌ବ୍ରାଞ୍ଚ।

ଗୁରୁବାର ସନ୍ଧ୍ୟାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଥିଲା ରାଜ୍ୟ କ୍ରାଇମବ୍ରାଞ୍ଚ। ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିବା ପରେ କ୍ରାଇମବ୍ରାଞ୍ଚ ଗୁରୁବାର ରାତିରେ କୋର୍ଟରେ ହାଜର କରିଥିଲା । କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟରେ ହଜାର କରିଥିଲା । 

ଜାଲିଆତି, ଠକେଇ ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ଆଧାରିତ ମାମଲାରେ ପ୍ରଦୀପ ଗିରଫଙ୍କୁ ଆଜି ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରୀ କରାଇ ଦେବା ପ୍ରତିଶ୍ରୁତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮,  ୪୬୯, ୪୭୧ ଓ ୧୨୦(ଖ)ରେ ମାମଲା ରୁଜୁ କରିଥିଲା ।

   Related Posts