Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ହାତ ଛାଡି ଶଙ୍ଖ ଫୁଙ୍କିବେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ : ୧୦ରେ ବିଜେଡିରେ ହେବେ ସାମିଲ

6/12/2021 at 4:35 PM

ଭୁବନେଶ୍ବର ୬।୧୨: ବିଜେଡିରେ ସାମିଲ ହେବେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । କଂଗ୍ରେସ ଦଳ ଛାଡିବା ପରେ କେଉଁ ଦଳକୁ ଯିବେ ପ୍ରଫୁଲ ତାହାକୁ ନେଇ ଚର୍ଚ୍ଚା ଲାଗିରହିଥିଲା । ତେବେ ସାମ୍ବାଦିକ ସମ୍ମିଳନୀ କରି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ସେ କହିଛନ୍ତି, ଆସନ୍ତା ୧୦ତାରିଖରେ ସେ ବିଜୁ ଜନତା ଦଳରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଭାବମୂର୍ତ୍ତିକୁ ଦେଖି ବିଜେଡିରେ ସାମିଲ ହେଉଥିବା ସେ ପ୍ରକାଶ କରିଛନ୍ତି ।

ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ । କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିଲେ ପ୍ରଫୁଲ୍ଲ ମାଝୀ । ୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ ।  ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ହାରିଯାଇଥିଲେ ପ୍ରଫୁଲ୍ଲ ମାଝୀ ।

   Related Posts