ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି

Published By : Prameya-News7 Bureau | January 28, 2021 IST

ଭୁବନେଶ୍ବର ୨୮।୧: ପିପିଲି ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି ବିଜୁ ଜନତା ଦଳ । ବିଜେଡି ବିଧାୟକ ପ୍ରତାପ ଦେବଙ୍କୁ ଦଳ ପକ୍ଷରୁ ପିପିଲି ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଏନେଇ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି ।

ତେବେ କୋଭିଡ୍ ଗାଇଡଲାଇନକୁ ପାଳନ କରି ଖୁବଶୀଘ୍ର ପିପିଲି ଉପ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି କହିଥିଲେ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ । ସେ କହିଥିଲେ ଯେ, ନିର୍ବାଚନ କମିଶନ ଉପ ନିର୍ବାଚନ ପାଇଁ ଅନୁମତି ଦେଇସାରିଛନ୍ତି । ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ । କୋଭିଡ୍ ନିୟମ ପାଳନ କରି ସମସ୍ତ ମତଦାନ ପ୍ରକ୍ରିୟା ହେବ । ପ୍ରତି ବୁଥରେ ୧୦୦୦ ଜଣ ଭୋଟର ଭୋଟ୍ ଦେବେ ।

ଉଲ୍ଲେଖଯୋଗ୍ୟ ଯେ, ପିପିଲି ଆସନରୁ ବିଧାୟକ ଥିଲେ ପ୍ରଦୀପ ମହାରାଥୀ । ତାଙ୍କ ମୃତ୍ୟୁ ପରେ ଆସନ ଖାଲି ପଡିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଏଠାରେ ନିଜର ଅଙ୍କକଷା ଆରମ୍ଭ କରିଦେଇଛନ୍ତି । ୩ ଦଳ ଏହି ଆସନରେ ବାଜିମାତ୍ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏବେସୁଦ୍ଧା କୌଣସି ଦଳ ପିପିଲି ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି । ବିଜେଡି ପକ୍ଷରୁ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । କାରଣ ସେ ନିଜେ କିଛି ଦିନ ତଳେ ସୁଯୋଗ ମିଳିଲେ ନିର୍ବାଚନ ଲଢିବେ ବୋଲି କହିଥିଲେ ।

{"id":399850,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.