Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ଆଜିଠୁ ଚାଲିଲା ‘ମୋ ବସ୍’, ୮ଟି ରୁଟ୍‌ରେ କରୁଛି ଚଳାଚଳ

4/08/2020 at 11:05 AM

ଭୁବନେଶ୍ବର ୪।୮: ଆଜିଠୁ ପୁଣି ଚଳାଚଳ କରିଛି ନନ୍ ଏସି  ‘ମୋ ବସ୍’ । ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ । ୮ଟି ରୁଟ୍ ରେ ଏହି ବସ୍ ଚଳାଚଳ କରିବାକୁ ଅମୁମତି ମିଳିଥିଲା । ଏହି ୮ଟି ରୁଟ୍ ହେଉଛି ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଏବଂ ୩୩ ।

ଶନିବାର ଏବଂ ରବିବାର ଦିନ ବସ୍ ଚାଲିବନି । ଶନିବାର ରବିବାର ସପ୍ତାହିକ ସଟ୍ ଡାଉନ୍ ଥିବାରୁ ବସ୍ ଚଳାଚଳ କରିବନି । ଏ ନେଇ ‘ମୋ ବସ୍’ ପରିଚାଳନା ସଂସ୍ଥା ସିଆରୟୁଟି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଏହାସହ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ବଢି ଚାଲିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସଟ୍ ଡାଉନ୍ ଲାଗୁ କରାଯାଇଥିଲା । ଯାହା ଫଳରେ ‘ମୋ ବସ୍’ ସେବା ବନ୍ଦ ରଖାଯାଇଥିଲା ।

   Related Posts