Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଜିଠୁ ପୁରୀରେ ‘ମୋ ଧାମ ମୋ ଗର୍ବ’ କାର୍ଯ୍ୟକ୍ରମ, ପ୍ରତି ଶନିବାର ଚାଲିବ ବଡଦାଣ୍ଡ ସେବା

6/03/2021 at 8:12 AM

ପୁରୀ ୦୬।୦୩: ଆଜିଠୁ ଆରମ୍ଭ ହୋଇଛି ବଡଦାଣ୍ତ ସେବା। ମୋ ଧାମ ମୋ ଗର୍ବ ଅଭିଯାନ ଅଧିନରେ ନୂଆ କାର୍ଯ୍ୟକ୍ରମ ହାତକୁ ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ଏଣିକି ପ୍ରତି ଶନିବାର ସକାଳ ୬.୩୦ ରୁ ୮.୩୦ ଯାଏଁ ଏହି ବଡ଼ଦାଣ୍ଡ ସେବା କରାଯିବ।

ପୁରୀ ସହର ଓ ପବିତ୍ର ବଡଦାଣ୍ତକୁ ସଫା ରଖିବା ପାଇଁ ସ୍ବେଚ୍ଛାକୃତ ଭାବେ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ପୁରୀବାସୀ ଓ ପର୍ଯ୍ୟଟକ ମାନଙ୍କୁ ଆହ୍ବାନ ଦିଆଯାଇଥିବା ବେଳେ ଅନେକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରୁ ମରିଚିକୋଟ ଛକ, ମରିଚିକୋଟ ଛକରୁ ମାର୍କେଟ ଛକ, ମାର୍କେଟ ଛକରୁ ଡାକ୍ତରଖାନା ଛକ, ଡାକ୍ତରଖାନା ଛକରୁ ବଡଶଙ୍ଖ ଏବଂ ବଡଶଙ୍ଖରୁ ଗୁଣ୍ତିଚା ମନ୍ଦିର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିଛି । ଏଥିରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ବାଣିଜ୍ୟିକ ସଂଘ, ଛାତ୍ରଛାତ୍ରୀ ଓ ସ୍ଥାନୀୟ ବାସିନ୍ଦା ସାମିଲ ହୋଇଛନ୍ତି । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବକ୍ତୃତା, ରଙ୍ଗୋଲି ଓ କୁଇଜ ଭଳି ପ୍ରତିଯୋଗିତା ହେଉତିବା ବେଳେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ।

   Related Posts