ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

Published By : Prameya-News7 Bureau | October 16, 2021 IST

ଭୁବନେଶ୍ୱର, ୧୬|୧୦ : ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନ୍ମଦିନରେ ନବୀନଙ୍କୁ ଚାରିଆଢୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ନବୀନଙ୍କୁ ଶୁଭ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଏହାସହ ମୋଦୀ ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ, ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୧୯୪୬ରେ ଜନ୍ମିତ ନବୀନ ଆଜି ୭୬ ବର୍ଷରେ ପାଦ ଦେଇଛନ୍ତି । ତେବେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ପୂର୍ବରୁ ନବୀନଙ୍କ ଜନ୍ମଦିନକୁ ବିଜେଡି କର୍ମୀ ମାନେ ବେଶ ଧୂମଧାମରେ ପାଳନ କରୁଥିଲେ । ନବୀନ ନିବାସରେ ହଜାର ହଜାର ସମର୍ଥକଙ୍କ ଭିଡ ଜମୁଥିଲା । କିନ୍ତୁ ଗତ କିଛି ବର୍ଷ ହେବ ଜନ୍ମଦିନ ପାଳନରୁ ଦୂରେଇ ରହିଛନ୍ତି ନବୀନ । କେତେବେଳେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ତ ପୁଣି କେବେ କରୋନା ମହାମାରୀ ପାଇଁ ଜନ୍ମଦିନ ପାଳୁନାହାନ୍ତି ନବୀନ । ଚଳିତବର୍ଷ ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.