Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଗ୍ନିକାଣ୍ଡ: ମୃତକଙ୍କ ଲାଗି ମୋଦୀ ଏବଂ ନବୀନଙ୍କ ଶୋକ

21/01/2021 at 10:23 PM

ନୂଆଦିଲ୍ଲୀ ୨୧/୦୧: ପୁନେର ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ନୂଆ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟି ଜୀବନ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘଟଣାରେ ଶୋକ ପ୍ରକାଶ କରିବା ସହ ମୋଦୀ ଲେଖିଛନ୍ତି, ‘ଦୁର୍ଭାଗ୍ୟପୂର୍ଣ୍ଣ ସେରମ ଇନଷ୍ଟିଚ୍ୟଟ୍‌ ଅଗ୍ନିକାଣ୍ଡ ଘଟଣା ପାଇଁ ମୁଁ ଦୁଃଖିତ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଉଛି। ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରୁଛି।’

ଅନ୍ୟପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍‌ରରେ ନବୀନ ପଟ୍ଟନୟକ ଲେଖିଛନ୍ତି, ‘ସେରମ ଇନ୍‌ଷ୍ଟିଚ୍ୟୁ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ମର୍ମାହତ। ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି। ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରୁଛି।’

ପୁନେର ମଞ୍ଜରୀ ସ୍ଥିତି ବିଶ୍ବର ସବୁଠୁ ବଡ଼ ଟିକା ନିର୍ମାଣ କମ୍ପାନୀ ସେରମ୍ ଇନ୍‌ଷ୍ଟିଚ୍ୟୁଟର ନୂତନ ପ୍ଲାଣ୍ଟରେ ଗୁରୁବାର ଅପରାହ୍ଣରେ ନିଆଁ ଲାଗିଯାଇଥିଲା। ଦୀର୍ଘ ସମୟ ଧରି ଦମକଳବାହିନୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲା। ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଏହି ପ୍ଲାଣ୍ଟରେ କିଛି ଦିନ ମଧ୍ୟରେ କରୋନା ଟିକା କୋଭିସିଲ୍ଡ ପ୍ରସ୍ତୁତି ଆରମ୍ଭ ହୋଇଥାନ୍ତା। ଏହି ଭୀଷଣ ଅଗ୍ନିକାଣ୍ଡରେ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସେପଟେ ଅଗ୍ନିକାଣ୍ଡ ମାମଲାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ତଦନ୍ତ ନିର୍ଦେଶ ଦେଇଛନ୍ତି ।

   Related Posts