Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଆଜି ମୋଦୀଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରୀ ପରିଷଦ ବୈଠକ, କୋଭିଡ୍ ସ୍ଥିତି ଉପରେ ହେବ ଚର୍ଚ୍ଚା

30/04/2021 at 10:11 AM

ନୂଆଦିଲ୍ଲୀ, ୩୦।୦୪: ଦେଶରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ୍ତ୍ରୀ ପରିଷଦ ବୈଠକ ଡାକିଛନ୍ତି । ସୂତ୍ରାନୁସାରେ ବୈଠକରେ କୋଭିଡ୍ ସ୍ଥିତି ବାବଦରେ ଆଲୋଚନା ହେବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହେବ । ଯେଉଁଥିରେ ସମସ୍ତ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।

ଦେଶରେ କରୋନାର ଦ୍ୱିତୀୟ ଲହର ବେଳେ ଏହା ମନ୍ତ୍ରୀ ପରିଷଦର ପ୍ରଥମ ବୈଠକ ହେବ । ବୈଠକରେ ୧୮ରୁ ୪୫ ବର୍ଷ ବୟସର ବ୍ୟକ୍ତିଙ୍କୁ ଟିକା ବାବଦରେ ଚର୍ଚ୍ଚା ହେବ । ଏହାସହ ମନ୍ତ୍ରୀମାନଙ୍କୁ ଲୋକଙ୍କ ପାଖକୁ ଯାଇ ବିଭିନ୍ନ ପ୍ରସଙ୍ଗର ସମାଧାନ ପାଇଁ କୁହାଯାଇପାରେ । ଏହାପୂର୍ବରୁ ମୋଦୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ଥର ଆଲୋଚନା କରିସାରିଛନ୍ତି । ଅକ୍ସିଜେନ, ଆଇସିୟୁ ବେଡ, ଔଷଧ ବାବଦରେ ପୂର୍ବରୁ ଅନେକଥର ବୈଠକ ବସିଛି ।

ସୂଚନାଯୋଗ୍ୟ, ୨୪ ଘଣ୍ଟାରେ ୩ ଲକ୍ଷ ୮୬ ହଜାର ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୪୯୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।

   Related Posts