Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ମେ ୧ରୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଦିଆଯିବ ଭ୍ୟାକ୍‌ସିନ୍

19/04/2021 at 7:42 PM

ନୂଆଦିଲ୍ଲୀ, ୧୯/୦୪: କରୋନା ଭାଇରସ୍‌ ମହାମାରୀ ଉପରେ ରୋକ୍‌ ଲାଗିଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପିତ୍ତି ନେଇଛନ୍ତି । ମେ ମାସ ୧ ତାରିଖରୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଭ୍ୟାକ୍‌ସିନ୍‌ ଡୋଜ୍‌ ଦିଆଯିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୌଠକ ପରେ ଏପରି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି । ମୋଦି ଏନେଇ କହିଛନ୍ତି ପୂର୍ବ ଏକ ବର୍ଷ ଧରି ସରକାର ଏହି ଭାଇରସ୍‌ ଉପରେ କାବୁ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି । ଏଥି ସହିତ ଅଧିକରୁ ଅଧିକ ଲୋକଙ୍କୁ ଭ୍ୟାକ୍‌ସିନ୍‌ ଦିଆଯିବା ନେଇ ପ୍ରସ୍ତୁତି ଜୋର୍‌ଜାର୍‌ କରାଯାଉଛି ।

ସରକାର ଏନେଇ କହିଛନ୍ତି ଯେ, ବିଶ୍ୱରେ ସବୁଠାରୁ ବଡ଼ ଟିକାକରଣ ଅଭିଯାନର ତୃତୀୟ ପର୍ଯ୍ୟାୟରେ ଟିକା କିଣିବା ଏବଂ ଟିକା ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । କରୋନା ଭ୍ୟାକ୍‌ସିନ୍‌ ପ୍ରଥମେ ଆଗଧାଡ଼ିର ଯୋଦ୍ଧା, ସ୍ୱସ୍ଥ୍ୟକର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ପ୍ରଥମେ ଟିକା ଦିଆଯାଇଥିଲା । ଏହାପରେ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଏବେ ଟିକା ଦିଆଯାଉଛି । ଏପରି ବ୍ୟବସ୍ଥା ଆଗକୁ ମଧ୍ୟ ଲାଗୁ ରହିବ ବୋଲି ସରକାର କହିଛନ୍ତି ।   

   Related Posts