Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଆମେରିକା ଯିବେ ପ୍ରଧାନମନ୍ତ୍ରୀ, ଜାତିସଂଘ ସାଧାରଣ ପରିଷଦ ବୈଠକକୁ କରିବେ ସମ୍ବୋଧନ

22/09/2021 at 9:23 AM

ନୂଆଦିଲ୍ଲୀ ୨୨/୦୯: ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାତିସଂଘ ସାଧାରଣ ପରିଷଦକୁ କରିବେ ସମ୍ବୋଧନ । ୨୫ ତାରିଖରେ ଜାତିସଂଘର ୭୬ ତମ ସାଧାରଣ ପରିଷଦ ବୈଠକକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବେ । କୋଭିଡ ପାଇଁ ପୂରା ବିଶ୍ୱ ଅସ୍ତବ୍ୟସ୍ତ ଥିବା ବେଳେ ଭାରତର ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି । ଟିକା କୂଟନୀତିରେ ଭାରତର ସ୍ଥାନ ନିରୂପଣ କରିବ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ।

ତାଲିବାନର ଆଫଗାନିସ୍ତାନ ଦଖଲ ପରେ ବିଶ୍ୱ ରାଜନୀତିରେ ଯେଉଁ ହଟଚମଟ ସୃଷ୍ଟି ହୋଇଛି ସେଥିରେ ଭାରତର ଭୂମିକା ଉପରେ ସାରା ବିଶ୍ବ ନଜର ରଖିଛି । ଏଭଳି ସ୍ଥିତିରେ ଜାତିସଂଘ ବୈଠକରେ ମୋଦି କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବେ ତାହା ଉପରେ ସାରା ବିଶ୍ୱ ନିଶ୍ଚୟ ନଜର ରଖିବ। ୨୫ ତାରିଖରେ ଜାତିସଂଘ ବୈଠକକୁ ସମ୍ବୋଧନ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ୨୪ ତାରିଖରେ ହ୍ବାଇଟହାଉସ୍ ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଙ୍କୁ ଭେଟିବେ ।

ଉଭୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହେବ। ମୁଖ୍ୟ ପ୍ରସଙ୍ଗ ରହିବ ଆତଙ୍କବାଦ ମୁକାବିଲା । ଖାଲି ବାଇଡେନ ନୁହନ୍ତି, ଆମେରିକା ଉପ ରାଷ୍ଟ୍ରପତି କମଳା ହ୍ୟାରିସ ମଧ୍ୟ ମୋଦିଙ୍କୁ ସାକ୍ଷାତ କରିବେ । ଭାରତ ଓ ଆମେରିକା ମଧ୍ୟରେ ସୃଷ୍ଟି ହୋଇଥିବା ସୁସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ଏପରି ଦ୍ୱିପାକ୍ଷିକ ବୈଠକ ଆୟୋଜନ କରାଯାଇଛି । ଏଥିରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ ।

ଶେଷଥର ପାଇଁ ମୋଦି ଓ ବାଇଡେନଙ୍କ ମଧ୍ୟରେ ଏପ୍ରିଲ ୨୬ରେ ଫୋନରେ କଥାବାର୍ତ୍ତା ହୋଇଥିଲା । ମୋଦି ୨୦୧୯ରେ ଶେଷଥର ପାଇଁ ଆମେରିକା ଗସ୍ତ କରିଥିଲେ। ଏହି ସମୟରେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ମିଶି ସେ ହାୱଡି ମୋଦି କାର୍ଯ୍ୟକ୍ରମକୁ ସମ୍ବୋଧନ କରିଥିଲେ।

   Related Posts