ସୋମବାର, ୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | February 28, 2021 IST

ମେଷ – ଆଜି କାମ ହାସଲ କ୍ଷେତ୍ରରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ବ୍ୟବସାୟକୁ ଆଗକୁ ବଢାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।


ବୃଷ – ଅନିୟମିତ ଆହାର ଗ୍ରହଣରେ ଶରୀର କଷ୍ଟ ଅନୁଭବ କରିପାରନ୍ତି । ଉପରିସ୍ଥଙ୍କ ଅନୁକମ୍ଫାରୁ କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ମିଳିବ । ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ମିଥୁନ - ଆଜି ଦିନଟିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ । ଆପଣଙ୍କର କାର୍ଯ୍ୟଶୈଳୀର ପ୍ରଶଂସା କରି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।


କର୍କଟ – ବାରମ୍ବାର ପାଇବା ଜିନିଷର ଅନିଶ୍ଚିତତା ମନରେ ଗଭୀର ଆଲୋଡନ ସୃଷ୍ଟି କରିବ । କର୍ମକ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଅସ୍ଥିରତା ଲାଗି ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଚାଷୀ- ଶ୍ରମ ସାର୍ଥକ ହେବ ।


ସିଂହ – ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିରେ ବିଚାର କରିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।


କନ୍ୟା – ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । କର୍ମକ୍ଷେତ୍ରରେ ଈର୍ଷା ଓ ଅସୂୟାଜନିତ ଶତ୍ରୁତା ଯୋଗୁ ସାମୟିକ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ଧାର୍ମିକ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।


ତୁଳା – ବହୁ ବିଳମ୍ବରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ଆନୁଷ୍ଠାନିକ କାମ ସକାଶେ ଆଜିର ବନ୍ଧୁଙ୍କ ସହ-ଯୋଗ ଆଶା ନିରର୍ଥକ ହେବ ନାହିଁ । ଶୁଭ କାର୍ଯ୍ୟରେ ଯୋଗ ଦେଇ ଦୀର୍ଘ ଦିନର ଅଦେଖା ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ଅଙ୍କ ପିଚ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।


ଧନୁ – ଅତୀତ କଥାକୁ କେନ୍ଦ୍ର କରି ମାନସିକ ସ୍ଥିତି ଭଲ ରହିବ ନାହିଁ । ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।


ମକର – ଶାରୀରିକ ଅସୁସ୍ଥତା କର୍ମକ୍ଷେତ୍ରକୁ ସ୍ଥଗିତ ରଖିବ । ବନ୍ଧୁମାନଙ୍କ ସାହାର୍ଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିଶ୍ୱାସ ହେଲା ଭଳି କାମ କରି ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।


କୁମ୍ଭ - ସମସ୍ୟାକୁ ନିୟନ୍ତ୍ରଣ କରିବା ସକାଶେ ପ୍ରିୟ କଥା କହି ସମ୍ଭାଳି ନେବେ । ସରଳ ବିଶ୍ୱାସ କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।


ମୀନ- ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହିବ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.