Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

26/04/2020 at 6:46 PM

ମେଷ – ଆୟ ବୃଦ୍ଧିର ସୂଚନା ମିଳୁଛି । ସରକାରୀ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ମହତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ବୃଷ – ଶୁଭ କାର୍ଯ୍ୟରେ ଅଧିକ ବ୍ୟୟ କରିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି । କେତେକ କ୍ଷେତ୍ରରେ ନିରାଶ ହେବେ । କୁସଙ୍ଗ ପରିତ୍ୟାଗ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମିଥୁନ – ସୁସମ୍ବାଦ ପାଇ ଆଶ୍ୱସ୍ତ ଏବଂ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସରକାରଙ୍କ କୃପା ପାତ୍ର ହୋଇପାରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

କର୍କଟ – ମଧୁରଭାଷୀ ବ୍ୟବହାର କରି ପରକୁ ଆପଣାର କରିବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ପାଇ ତା’ର ସଦ୍‌-ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ସିଂହ – ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାରେ ସକ୍ଷମ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

କନ୍ୟା – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଯାତ୍ରା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବେ । ଅତିଥି, ଗୁରୁ ଓ ଦେବପୂଜା ନିରତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ତୁଳା – ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ବିଛା – ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ଧନୁ – ବାଧା-ବିଘ୍ନ ଏଡାଇ ଆଗକୁ ବଢିପାରନ୍ତି । ପଢା- ପଢିରେ ମନୋନିବେଶ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଉତ୍ ଫୁଲ୍ଲିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର – କିଛି ଦ୍ରବ୍ୟ ନଷ୍ଟ ହେବାର ସୂଚନା ମିଳୁଛି । ଶ୍ରମର ମୂଲ୍ୟାଙ୍କନ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

କୁମ୍ଭ – ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ମୀନ – ଆଳସ୍ୟ ଅନୁଭବ କରିପାରନ୍ତି । କୌଣସି କାରଣରୁ ମନ ବିଷାଦିତ ହୋଇପାରେ । ଜିତେନ୍ଦ୍ରିୟ ଓ ଦୟାଳୁ ସ୍ୱଭାବର ଏବଂ ତ୍ୟାଗପୂତ ହେବେ । ନୀତିନିଷ୍ଠ ହେବା ଆଶାଯାଏ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

   Related Posts