Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ସୋମବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

20/09/2020 at 6:22 PM

ମେଷ – ଆଜି କର୍ମାଧିପ ଶନି ଓ ମମକାରକ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ଆସି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ଚନ୍ଦ୍ର ଓ ବୁଧ ଦ୍ୱାଦଶ ହେତୁ ପର କଥାକୁ ସତ ମନେକରି ଘରୋଇକଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ  ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – କର୍ମସ୍ଥାନ ଶନି ଦୃଷ୍ଟି ଯୋଗୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ନେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସତ୍ ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ନୀଚରୋହୀ ରବିଙ୍କ ପ୍ରଭାବରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବା ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା – କର୍ମଭାବରେ ରାହୁଙ୍କ ଉପସ୍ଥିତିରୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ହୋଇପାରିବ ନାହିଁ । ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ପାପଯୁକ୍ତ ବୃହସ୍ପତି ହେତୁ ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଆବଶ୍ୟକତା ପୁରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଶନି ଓ ମଙ୍ଗଳଙ୍କ କେନ୍ଦ୍ରାଧିଷ୍ଠାନ ପ୍ରଭାବରେ ଏକ ସାଧାରନ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାର୍ଯ୍ୟ ମଧ୍ୟ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ବୁଧାଦିତ୍ୟ ଯୋଗ ପ୍ରବାବରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ । ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପରିବାରରେ ସ୍ତ୍ରୀଙ୍କ ସହ ବୁଝାମଣା  ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  – ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢି ବଢି ଯିବ । ସାମାଜିକ ସ୍ତରରେ ପ୍ରତିଷ୍ଠା ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ଆଜି ଆପଣ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts