Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ସୋମବାର ରାଶିଫଳ: ଦୂରଯାତ୍ରା ଯୋଗ, ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ

31/10/2021 at 6:53 PM

ମେଷ–ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ –ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଏଣୁ ଯାହା କିଛିି କହିବେ ଭାବିଚିନ୍ତି କହିବା ଓ କରିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ବଡ ଭାଇପଣିଆ ଦେଖାଇଲେ ଭଲ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ – ବହୁ ବିଳମ୍ବରେ ସତ୍ତେ୍ୱ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ –ଆଜି ସକାଳୁ ସକାଳୁ ହଠାତ୍‌ ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡିପାରେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ –କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳା କରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ସାମାନ୍ୟ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟାର ସରଳ ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟକୁ ଯଥା ସମୟରେ ସମ୍ପନ୍ନ କରିପାରନ୍ତି । ପୂର୍ବାଲୋଚନା ଅନୁଯାୟୀ ବନ୍ଧୁ କଥା ମାନି କାମ କଲେ ସୁବିଧାରେ କାର୍ଯ୍ୟ ହୋଇଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ତୁଳା –ନିଜର ଅବହେଳା କାରଣରୁ କିମ୍ବା ଅସାବଧନତା ଜନିତ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭ କରି ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା –ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍‌ସନ ଲାଗି ରହିବ । ଆଖି ନ ଦେଖା କଥାକୁ ବିଶ୍ୱାସ କରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ –ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ପଦକ୍ଷେପ ଗ୍ରହଣ କରିବା କାରଣରୁ ପରିବାରରେ ସୁଖ ଶାନ୍ତି ଫେରି ଆସିବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ମକର – କର୍ମକ୍ଷେତ୍ରରେ ଦୃଢ ପଦକ୍ଷପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରିପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ମୁଣ୍ଡ ବ୍ୟଥା ରହିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।

କୁମ୍ଭ – କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ । ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ସମାରୋହ, ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ମୀନ – କୌଣସି ଅତୀତ ଘଟଣା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବାରୁ କୌଣସି କାମ ପ୍ରତି ଉତ୍ସାହ ରହି ନ ପାରେ । ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲି ଯିବାର ସୁଯୋଗ ଲାଭ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

   Related Posts