ସୋମବାରର ରାଶିଫଳ- ଜାଣନ୍ତୁ କ'ଣ ଶୁଭ ରଙ୍ଗ ଓ ସଂଖ୍ୟା

Published By : Prameya-News7 Bureau | January 26, 2020 IST

wp:code
                                                            
/wp:code

ମେଷ – ପ୍ରୀତି ଲାଭ କରିପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ଆକର୍ଷିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।


ବୃଷ – ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶାରିରୀକ ଶକ୍ତି ବୃଦ୍ଧି ହେବ । ଶତ୍ରୁହନ୍ତା ଓ ନୃତ୍ୟ-ସଙ୍ଗୀତପ୍ରିୟ ଏବଂ ସନ୍‌ମାର୍ଗୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।


ମିଥୁନ - ସନ୍ତାନ ଲାଭର ସୂଚନା ମିଳୁଛି । ଆକସ୍ମିକ ଭାବେ ଧନପ୍ରାପ୍ତ ହେବାର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ଏବଂ ଚଞ୍ଚଳ ପ୍ରକୃତିର ହେବେ । ଶଶୁର ଘରୁ ସାହାର୍ଯ୍ୟ ମିଳିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୮ ।


କର୍କଟ – ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‌ ହେବ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।


ସିଂହ – ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷା ଯୋଗୁଁ ସାମାଜିକ ସ୍ତରରେ ଆଦରଣୀୟ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।


କନ୍ୟା – କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡିବ । ପରମ ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।


ତୁଳା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ କ୍ଷେତ୍ରରେ ପାରଙ୍ଗମ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।


ବିଛା – ମନ ଭିତରେ ଅଧିକ ଖର୍ଚ୍ଚ ଜନିତ କଷ୍ଟ ଭୋଗ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ଏବଂ ଏକାନ୍ତ ପ୍ରିୟ ଓ ନେତ୍ର ରୋଗୀ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।


ଧନୁ – ସୀମିତ ମାତ୍ରାର ଆୟ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ କରିପାରନ୍ତି । ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିଯୁକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।


ମକର – ପରିଶ୍ରମ ଅଧିକ ହେଲେ ବି ତାର ମୂଲ୍ୟ ମିଳିବ । କୁଳଦୀପକ ଓ ଯଶସ୍ୱୀ ହୋଇପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସ୍ନେହ ଅତୁଟ ରହିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।


କୁମ୍ଭ - ସେବା ଭାବନାରେ ଉଦ୍‌ବୁଦ୍ଧ ହେବେ । ଭାଗ୍ୟଶାଳୀ ଓ ବିଦ୍ୱାନ୍‌ ଏବଂ ସାହସୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।


ମୀନ - ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । କେବଳ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.