Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଆସିଲା ମୌସୁମୀ : କୋରାପୁଟ ଓ ମାଲକାନଗିରିରେ ବର୍ଷା ଆରମ୍ଭ, ୧୩ ଯାଏଁ ରାଜ୍ୟରେ ବର୍ଷିବ

11/06/2020 at 1:02 PM

ଭୁବନେଶ୍ବର ୧୧।୬: ଓଡିଶା ଛୁଇଁଲା ମୌସୁମୀ । ରାଜ୍ୟର ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ମୌସୁମୀ ଛୁଇଁଛି । ସେହିପରି ରାୟଗଡା, ଗଜପତି, ଗଞ୍ଜାମ ଜିଲ୍ଲାକୁ ମୌସୁମୀ ହାଲକା ଭାବେ ଛୁଇଁଛି । ଏ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ପ୍ରଦାନ କରିଛନ୍ତି । ଏହିସବୁ ଜିଲ୍ଲାରେ ଝିପଝିପ ବର୍ଷା ମଧ୍ୟ ଆରମ୍ଭ ହୋଇଯାଇଛି ।

ମୌସୁମୀ ପ୍ରଭାବରେ ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ଜାରି ରହିବ। ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡିଆରେ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୧୩ ତାରିଖ ସକାଳ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶାରେ ବର୍ଷା କମ୍‌ ହେବ । ହେଲେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୁରୁବାର ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଠାରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରେ ମଧ୍ୟ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି ।

   Related Posts